ହୋମ୍‌ଗାର୍ଡ ନିଯୁକ୍ତି ଦୌଡ଼ ସମୟରେ ଚେତାଶୂନ୍ୟ ହୋଇଥିଲେ ଯୁବତୀ, ଆମ୍ବୁଲାନ୍ସରେ ନେବା ସମୟରେ ଗଣବଳାତ୍କାର

ପାଟନା,୨୬ା୭: ବିହାରର ଗୟାଜୀ ଜିଲାରୁ ଏକ ଅତ୍ୟନ୍ତ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଗତ ଗୁରୁବାର ହୋମଗାର୍ଡ ନିଯୁକ୍ତି ଦୌଡ଼ ସମୟରେ ଜଣେ ମହିଳା ପ୍ରାର୍ଥୀ ଚେତାଶୂନ୍ୟ ହୋଇଯାଇଥିଲେ। ଏହା ପରେ ତାଙ୍କୁ ହସ୍ପିଟାଲ ନେବା ସମୟରେ ଆମ୍ବୁଲାନ୍ସ ଡ୍ରାଇଭର ଏବଂ ଟେକ୍ନିସିଆନ ମିଶି ରାସ୍ତାରେ ଯବତୀଙ୍କୁ ଗଣବଳାତ୍କାର କରିଥିଲେ। ଏହି ଘଟଣା ଜଣାପଡ଼ିବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା। ତେବେ ପୋଲିସ ଶନିବାର ଆମ୍ବୁଲାନ୍ସ ଡ୍ରାଇଭର ଏବଂ ଟେକ୍ନିସିଆନ୍‌ଙ୍କୁ ଗିରଫ କରିଛି।

ଯୁବତୀ ଜଣକ BMP-3ରେ ହୋମଗାର୍ଡ ନିଯୁକ୍ତି ପାଇଁ ଦୌଡ଼ ପରୀକ୍ଷା ଦେବାକୁ ଗୟାଜୀ ଆସିଥିଲେ। ଏହି ସମୟରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା। ପରେ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ସେହି ସମୟରେ ଦୁଇ ଜଣ ଯୁବକ ଆମ୍ବୁଲାନ୍ସରେ ତାଙ୍କୁ ଗଣବଳାତ୍କାର କରିଥିଲେ। ହସ୍ପିଟାଲରେ ପହଞ୍ଚିବା ପରେ ଯେତେବେଳେ ତାଙ୍କ ଚେତା ଫେରିଲା, ସେ ହସ୍ପିଟାଲର ଡାକ୍ତରଙ୍କୁ ବଳାତ୍କାର ବିଷୟରେ ଜଣାଇଥିଲେ।

ଯୁବତୀ ଜଣକ କହିଛନ୍ତି, ଆମ୍ବୁଲାନ୍ସ ଡ୍ରାଇଭର ଏବଂ ଟେକ୍ନିସିଆନ ବାଟରେ ତାଙ୍କୁ ବଳାତ୍କାର କରିଥିଲେ। ଡାକ୍ତରଙ୍କ ସୂଚନା କ୍ରମେ, ଏକ ଡାକ୍ତରୀ ଟିମ୍‌ ଗଠନ କରାଯାଇଥିଲା ଏବଂ ଯୁବତୀ ଜଣଙ୍କର ପରୀକ୍ଷା କରାଯାଇଥିଲା। ଏହା ପରେ ଘଟଣା ବିଷୟରେ ପୋଲିସକୁ ସୂଚନା ଦିଆଯାଇଥିଲା। ୨୬ ବର୍ଷୀୟା ପୀଡ଼ିତା ଇମାମଗଞ୍ଜ ଥାନା ଅଞ୍ଚଳର ବାସିନ୍ଦା। ସେ ପୋଲିସକୁ କହିଥିଲେ ଯେ, ଆମ୍ବୁଲାନ୍ସରେ ୩ରୁ ୪ ଜଣ ଲୋକ ଥିଲେ, ମୁଁ ବେହୋସ ଥିବା ବେଳେ ସେମାନେ ମୋ’ ସହିତ ଗଣବଳାତ୍କାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ…

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri