ହୋମ୍‌ଗାର୍ଡ ନିଯୁକ୍ତି ଦୌଡ଼ ସମୟରେ ଚେତାଶୂନ୍ୟ ହୋଇଥିଲେ ଯୁବତୀ, ଆମ୍ବୁଲାନ୍ସରେ ନେବା ସମୟରେ ଗଣବଳାତ୍କାର

ପାଟନା,୨୬ା୭: ବିହାରର ଗୟାଜୀ ଜିଲାରୁ ଏକ ଅତ୍ୟନ୍ତ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଗତ ଗୁରୁବାର ହୋମଗାର୍ଡ ନିଯୁକ୍ତି ଦୌଡ଼ ସମୟରେ ଜଣେ ମହିଳା ପ୍ରାର୍ଥୀ ଚେତାଶୂନ୍ୟ ହୋଇଯାଇଥିଲେ। ଏହା ପରେ ତାଙ୍କୁ ହସ୍ପିଟାଲ ନେବା ସମୟରେ ଆମ୍ବୁଲାନ୍ସ ଡ୍ରାଇଭର ଏବଂ ଟେକ୍ନିସିଆନ ମିଶି ରାସ୍ତାରେ ଯବତୀଙ୍କୁ ଗଣବଳାତ୍କାର କରିଥିଲେ। ଏହି ଘଟଣା ଜଣାପଡ଼ିବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା। ତେବେ ପୋଲିସ ଶନିବାର ଆମ୍ବୁଲାନ୍ସ ଡ୍ରାଇଭର ଏବଂ ଟେକ୍ନିସିଆନ୍‌ଙ୍କୁ ଗିରଫ କରିଛି।

ଯୁବତୀ ଜଣକ BMP-3ରେ ହୋମଗାର୍ଡ ନିଯୁକ୍ତି ପାଇଁ ଦୌଡ଼ ପରୀକ୍ଷା ଦେବାକୁ ଗୟାଜୀ ଆସିଥିଲେ। ଏହି ସମୟରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା। ପରେ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ସେହି ସମୟରେ ଦୁଇ ଜଣ ଯୁବକ ଆମ୍ବୁଲାନ୍ସରେ ତାଙ୍କୁ ଗଣବଳାତ୍କାର କରିଥିଲେ। ହସ୍ପିଟାଲରେ ପହଞ୍ଚିବା ପରେ ଯେତେବେଳେ ତାଙ୍କ ଚେତା ଫେରିଲା, ସେ ହସ୍ପିଟାଲର ଡାକ୍ତରଙ୍କୁ ବଳାତ୍କାର ବିଷୟରେ ଜଣାଇଥିଲେ।

ଯୁବତୀ ଜଣକ କହିଛନ୍ତି, ଆମ୍ବୁଲାନ୍ସ ଡ୍ରାଇଭର ଏବଂ ଟେକ୍ନିସିଆନ ବାଟରେ ତାଙ୍କୁ ବଳାତ୍କାର କରିଥିଲେ। ଡାକ୍ତରଙ୍କ ସୂଚନା କ୍ରମେ, ଏକ ଡାକ୍ତରୀ ଟିମ୍‌ ଗଠନ କରାଯାଇଥିଲା ଏବଂ ଯୁବତୀ ଜଣଙ୍କର ପରୀକ୍ଷା କରାଯାଇଥିଲା। ଏହା ପରେ ଘଟଣା ବିଷୟରେ ପୋଲିସକୁ ସୂଚନା ଦିଆଯାଇଥିଲା। ୨୬ ବର୍ଷୀୟା ପୀଡ଼ିତା ଇମାମଗଞ୍ଜ ଥାନା ଅଞ୍ଚଳର ବାସିନ୍ଦା। ସେ ପୋଲିସକୁ କହିଥିଲେ ଯେ, ଆମ୍ବୁଲାନ୍ସରେ ୩ରୁ ୪ ଜଣ ଲୋକ ଥିଲେ, ମୁଁ ବେହୋସ ଥିବା ବେଳେ ସେମାନେ ମୋ’ ସହିତ ଗଣବଳାତ୍କାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri