Posted inଫୁରସତ

ମାଙ୍କଡ଼କୁ ବିସ୍କୁଟ୍‌ ଖୁଆଉଥିଲେ ଯୁବତୀ, ପରେ ଯାହା ଘଟିଲା, ଭିଡିଓ ଦେଖିଲେ…

ପର୍ଯ୍ୟଟକମାନେ କୁକୁର, ବିଲେଇ କିମ୍ବା ମାଙ୍କଡ଼ମାନଙ୍କୁ ଖାଦ୍ୟ ଦେବା ଏକ ସାଧାରଣ ଅଭ୍ୟାସ। କିନ୍ତୁ ଯେତେବେଳେ ପଶୁମାନେ ଏପରି କରୁଥିବା ବ୍ୟକ୍ତିଙ୍କୁ ସମ୍ପୂର୍ଣ୍ଣ ଅବହେଳା କରନ୍ତି, ତାହା ଅସାଧାରଣ ବା ଆଶ୍ଚର୍ଯ୍ୟ ଲାଗିଥାଏ। ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ମାଙ୍କଡ଼ମାନଙ୍କର ଆଚରଣ ଅତି ଅଜବ।

saloni_satpute_official ନାମକ ଏକ ଇନ୍‌ଷ୍ଟାଗ୍ରାମ ପେଜ୍‌ରେ ଭିଡିଓଟି ଶେୟାର କରାଯାଇଛି। ଏଥିରେ କ୍ୟାପ୍‌ଶନ ଲେଖାଯାଇଛି, ‘ଆପଣ କେବେ ଏହିପରି କଟୁ ଅପମାନର ସମ୍ମୁଖୀନ ହୋଇଛନ୍ତି କି? ମୋର ଏକ ପ୍ରିୟ ସ୍ମୃତି।’

କ୍ଲିପ୍‌ ଆରମ୍ଭରେ ରାସ୍ତା କଡ଼ରେ ଥିବା ଡିଭାଇଡର୍‌ ଉପରେ ବସିଥିବା ମାଙ୍କଡ଼କୁ ଜଣେ ଯୁବତୀ ବିସ୍କୁଟ ଦେଉଥିବାର ନଜର ଆସିଛନ୍ତି। କିନ୍ତୁ ମାଙ୍କଡ଼ ତାଙ୍କୁ ଅଣଦେଖା କରି ଆଗକୁ ଚାଲିଯାଉଛି। ଭିଡିଓରେ ଆଉ କିଛି ମାଙ୍କଡ଼ ମଧ୍ୟ ନଜର ଆସିଛନ୍ତି ଏବଂ ସେମାନେ ମଧ୍ୟ ସମାନ ଆଚରଣ କରୁଛନ୍ତି।

ଏହି ସମୟରେ ଏକ ମାଙ୍କଡ଼ ତାଙ୍କ ହାତରୁ ବିସ୍କୁଟ ନେଇ ଶୁଙ୍ଘିଲା। ପରେ ଯୁବତୀଙ୍କ ଉପରକୁ ଏହା ଫିଙ୍ଗିଦେଲା। ଆଗକୁ ଆସୁଥିବା ମାଙ୍କଡ଼ ଠିକ ସେହିପରି କରୁଛି। କିଛିଦିନ ପୂର୍ବରୁ ଭିଡିଓଟି ଶେୟାର କରାଯାଇଛି। ବର୍ତ୍ତମାନ ସୁଦ୍ଧା ଏହି ଭିଡିଓକୁ ୧୭.୩ ମିଲିୟନ ଲୋକ ଦେଖିସାରିଲେଣି। ହଜାର ହଜାର ଲୋକ କମେଣ୍ଟ ମଧ୍ୟ ଦେଇଛନ୍ତି।
ଜଣେ ୟୁଜର ଲେଖିଛନ୍ତି, କି ଅପମାନ!


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri