ଯୁବତୀଙ୍କୁ ବିଲକୁ ଟେକିନେଇ ଗଣବଳାତ୍କାର: ଅଫିସରୁ ସନ୍ଧ୍ୟାରେ ଫେରୁଥିବାବେଳେ…

ବୀରମହାରାଜପୁର,୧।୧୧ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଉଲୁଣ୍ଡା ବ୍ଳକ ହିକୁଡି ଠାରେ ଏକ ଗଣବଳାତ୍କାର ହୋଇଥିବା ବୀରମହାରାଜପୁର ଥାନାରେ ଶନିବାର ପୀଡିତା ଯୁବତୀ ଏକ ଲିଖିତ ଅଭିଯୋଗ କରିଛନ୍ତି । ମିଳିଥିବା ସୂଚନା ଅନୁସାରେ ହିକୁଡି ଗ୍ରାମର ଅଶୋକ ମିଶ୍ରଙ୍କ ଝିଅ ପ୍ରତିମା ମିଶ୍ର (୨୦) ଏକ ଘରୋଇ କମ୍ପାନୀରୁ କାର୍ଯ୍ୟ ସାରି ଘରକୁ ସନ୍ଧ୍ୟାରେ ଘରକୁ ଫେରୁଥିବା ବେଳେ ହିକୁଡି ଆଇଟିଆଇ କଲେଜ ପାଖରେ ଥିବା ବନ୍ଧ ପାଖରେ ତିନି ଜଣ ମୁଖା ପିନ୍ଧିଥିବା ଯୁବକ ଯୁବତୀଙ୍କୁ ଅଟକାଇ ଏକ ତରଳ ପଦାର୍ଥ ସ୍ପ୍ରେ କରିଥିଲେ। ଏହାପରେ ଯୁବତୀ ଜଣଙ୍କ ଚେତାଶୂନ୍ୟ ହୋଇପଡିଥିଲେ। ଏହାର ଫାଇଦା ଉଠାଇ ଯୁବକମାନେ ଯୁବତୀଙ୍କୁ ଏକ ବିଲକୁ ନେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ତେବେ ପୀଡିତା ଯୁବତୀଙ୍କ ଚେତା ଫେରିବା ପରେ ଘଟଣା ବିଷୟରେ ଜାଣିପାରିଥିଲେ। ଖବରପାଇ ପ୍ରଥମେ ଧର୍ମଶାଳା ଫାଣ୍ଡି ଅଧିକାରୀ ବସନ୍ତ କୁମାର ରଥ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏନେଇ ଉଚ୍ଚ ପୋଲିସ ଅଧିକାରୀଙ୍କୁ ଜଣାଇଥିଲେ। ଘଟଣାକୁ ଗୁରୁତର ସହ ନେଇ ସୁବର୍ଣ୍ଣପୁର ଜିଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ, ଉପଖଣ୍ଡ ପୋଲିସ ଅଧିକାରୀ ହେମନ୍ତ କୁମାର ରାଓ, ବୀରମହାରାଜପୁର ଥାନା ଅଧିକାରୀ ସାରଙ୍ଗ ଧର ପାଣିଗ୍ରାହୀ ଶୁକ୍ରବାର ରାତି ସାରା ତନାଘନା କରିଥିଲେ। ଶନିବାର ସକାଳେ ପୀଡିତା ଯୁବତୀ ବୀରମହାରାଜପୁର ଥାନାରେ ଲିଖିତ ଅଭିଯୋଗ କଲା ପରେ ବୀରମହାରାଜପୁର ଥାନା କେସ୍‌ ନମ୍ବର ୨୨୯/୨୫ରେ ଏକ ମାମଲା ରୁଜୁ କରିଛି। ବିଶ୍ବସ୍ତ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ପୀଡିତାଙ୍କ ଜଣେ ଅତି ନିକଟତମ ସମ୍ପର୍କିତ ବନ୍ଧୁ ଏଭଳି କରିଥିବା କୁହାଯାଉଛି। ଏନେଇ ବୀରମହାରାଜପୁର ପୋଲିସ ଦୁଇଜଣ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡିଛି। ସୋନପୁର ସମ୍ବଲପୁର ଏକ ମୁଖ୍ୟ ରାସ୍ତା ଓ ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଏଭଳି ଘଟଣା ଘଟିଥିବାରୁ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?