ଭଡ଼ା ଘରୁ ଗୁରୁତର ଅବସ୍ଥାରେ ଥିବା ଯୁବତୀ ଉଦ୍ଧାର, ମେଡିକାଲରେ ଭର୍ତ୍ତି

ବଲାଙ୍ଗୀର,୨୫।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରୁଗୁଡିପଡାର ଏକ ଭଡା ଘରେ ରହୁଥିବା ଜଣେ ଯୁବତୀଙ୍କୁ ଶନିବାର ରାତିରେ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରିଛି। ସୂଚନା ଅନୁଯାୟୀ ସେହି ଭଡ଼ା ଘରେ ଦୁଇ ଭଉଣୀ ରହୁଥିଲେ । ଜଣେ ଘରେ ନ ଥିବା ବେଳେ ଅନ୍ୟ ଭଉଣୀ ଜଣକ ଘର ଭିତରୁ କବାଟ ଦେଇ ଘରେ ରହିଥିଲେ । ବଡ ଭଉଣୀ ଜଣକ ଘରକୁ ଆସି କବାଟ ଖୋଲିବାକୁ ଡାକିବାରୁ ଭଉଣୀ ଜଣକ ନ ଶୁଣିବାରୁ ସେ ଚିନ୍ତିତ ହୋଇପଡ଼ିଥିଲେ। ଏପରିକି ଫୋନ୍ କଲ କଲେ ମଧ୍ୟ ଯୁବତୀ ଜଣକ ଫୋନ୍ ଉଠାଇ ନ ଥିଲେ । ଏହାପରେ ପଡ଼ୋଶୀ ଲୋକେ ମଧ୍ୟ କବାଟ ଖୋଲିବାକୁ କହିଥିଲେ ମଧ୍ୟ ସେ କବାଟ ଖୋଲି ନ ଥିଲେ ।  ବାଧ୍ୟ ହୋଇ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି କବାଟ ବାଡେଇ ଖୋଲିବାକୁ ଡାକି ଥିଲେ । ଝିଅ କବାଟ ନ ଖୋଲିବାରୁ ପୋଲିସ ଅଗ୍ନିଶମ କୁ ଡାକିଥିଲେ । ଅଗ୍ନିଶମ ବିଭାଗର କର୍ମଚାରୀ ଆସି କବାଟ ଭାଙ୍ଗି ଝିଅକୁ ଉଦ୍ଧାର କରିଥିଲେ। ବଲାଙ୍ଗିର ଟାଉନ୍ ପୋଲିସ ଗୁରୁତର ଅବସ୍ଥାରେ ଝିଅକୁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି । ଟାଉନ୍ ଥାନା ଆଇ ଆଇ ସି ଅବନୀ କୁମାର ସାହୁ ଘଟଣା କୁ ନେଇ ତଦନ୍ତ ଚାଲିଥିବା କହିଛନ୍ତି। ଅନ୍ୟପଟେ ସେଠାରେ ଘଟଣା ସମ୍ପର୍କ ଜାଣିବା ପାଇଁ ଶତାଧିକ ଲୋକଙ୍କ ଭିଡ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri