ନଦୀକୁ ଡେଇଁପଡ଼ିଲେ ଯୁବତୀ: ୪ କିଲୋମିଟର ପହଁରି ଜୀବନ ବଞ୍ଚାଇଲେ ୩ ସାହସୀ ଯୁବକ

କେନ୍ଦ୍ରାପଡ଼ା/ମାର୍ଶାଘାଇ,୩।୮(ଜଗନ୍ନାଥ ଧଳ/ ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ କଳପଡ଼ାସ୍ଥ ପୋଲ ଉପରୁ ଲୁଣାନଦୀକୁ ଜଣେ ଯୁବତୀ ରବିବାର ଡେଇଁପଡିଥିଲେ। ଯୁବତୀ ଜଣକ ନଦୀର ପ୍ରଖର ଶୁଅରେ ଭାସି ଯାଉଥିବା ବେଳେ ୩ ଜଣ ସାହସୀ ଯୁବକ କଳପଡ଼ା ପୋଲଠାରୁ ୪ କିଲୋମିଟର ଦୂର ଗୋଧନ ନିକଟରୁ ଉଦ୍ଧାର କରିଛନ୍ତି। ଉଦ୍ଧାର ହୋଇଥିବା ଯୁବତୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଉଛି।

ତେବେ ନଦୀକୁ ଡେଇଁବାର କାରଣ ଏବେ ସୁଦ୍ଧା ଅସ୍ପଷ୍ଟ ଅଛି। ଯୁବତୀ ଜଣକ ହେଉଛନ୍ତି ମାର୍ଶାଘାଇ ଥାନା ବଉଳାଙ୍ଗ ଗ୍ରାମର। ସକାଳ ପ୍ରାୟ ୯ଟାରେ ସେ ଗ୍ରାମର ଅନ୍ୟ ଜଣେ ଯୁବତୀଙ୍କ ସ୍କୁଟିରେ ଲିଫ୍ଟ ମାଗି କଳପଡ଼ାରେ ପହଞ୍ଚତ୍ ଥିଲେ। ପୋଲର ଗୋଟିଏ ପାର୍ଶ୍ୱରେ ଓହ୍ଲାଇ ମଝି ପୋଲରେ ହଠାତ ନଦୀକୁ ଡେଇଁ ପଡିଥିଲେ। ଏହି ଘଟଣା ପରେ ଉପସ୍ଥିତ ଲୋକ ଯୁବତୀଙ୍କୁ ଉଦ୍ଧାର ପାଇଁ ଦମକଳ ବାହିନୀକୁ ସୂଚନା ଦେଇଥିଲେ।

ଅପରପକ୍ଷରେ ପ୍ରାୟ ୪ କିଲୋମିଟର ଦୂରରେ ନଦୀ ମଧ୍ୟରେ ରବର ଟ୍ୟୁବରେ ବନ୍ୟା ଜଳକୁ ଉପଭୋଗ କରୁଥିବା ମାର୍ଶାଘାଇ ବ୍ଲକ ବାହାକଣ୍ଡିଆ ଗ୍ରାମର ଅମରଜିତ ବାରିକ, ଲିଟନ ନାୟକ ଓ ବଛରାଇ ଗ୍ରାମର ଭାଗୀରଥି ପ୍ରଧାନ ଯୁବତୀଙ୍କୁ ଭାସି ଯାଉଥିବା ଦେଖି ଉଦ୍ଧାର କରିଥିଲେ। ଏଥିସହ ସ୍ଥାନୀୟ ଲୋକଙ୍କ ସହଯୋଗରେ ସଂଜ୍ଞାହୀନ ଯୁବତୀଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri