ନ୍ୟାୟ ପାଇଁ ଏସ୍‌ପିଙ୍କୁ ଭେଟିଲେ ଯୁବତୀ

ଭଦ୍ରକ ଅଫିସ, ୧୩ା୧: ୧୨ବର୍ଷ ପ୍ରେମ ପରେ ପ୍ରେମିକଙ୍କ ଦ୍ୱାରା ପ୍ରତାରିତ ତିହିଡ଼ି ଥାନା ଅଞ୍ଚଳର ଜଣେ ଯୁବତୀ ନ୍ୟାୟ ପାଇଁ ଶୁକ୍ରବାର ଭଦ୍ରକ ଏସ୍‌ପିଙ୍କୁ ଭେଟିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ୨୦୧୧ରେ ପରିବାର ଲୋକ ପୁରୀ ଯାଇଥିବା ବେଳେ ଯୁବକ ଜଣକ ତାଙ୍କ ଘରେ ପଶି ବଳପୂର୍ବକ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ତାଙ୍କୁ ବିବାହ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ମାତ୍ର ବିବାହ କରିବାକୁ ମନା କରୁଥିଲେ। ପରେ ସରପଞ୍ଚ ଓ ଭଦ୍ରବ୍ୟକ୍ତିଙ୍କ ଉପସ୍ଥିତିରେ ସମସ୍ତ କଥା ମାନିବା ପରେ ବିବାହ ପାଇଁ ଯୁବକଙ୍କ ପରିବାର ଲୋକେ ରାଜି ହୋଇଥିଲେ। ଗତ ଡିସେମ୍ବର ୨୨ରେ ଉକ୍ତ ଯୁବକଙ୍କ ଧରମ ମା’ ତାଙ୍କୁ ଘରକୁ ଡାକି ନେଇ କିଛି ପିଇବାକୁ ଦେଇଥିଲେ। ରାତିରେ ଅଚେତ ଅବସ୍ଥାରେ ଯୁବକଙ୍କ ଘର ବାଡ଼ି ପଛପଟୁ ଗଁା ଲୋକେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ନେଇଥିଲେ। ଏନେଇ ତିହିଡ଼ି ଥାନାରେ ଅଭିଯୋଗ କରିବା ପରେ ମାମଲା (ନଂ.୫୧୧/୨୨) ରୁଜୁ କରାଯାଇଥିଲେ ହେଁ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ। ଶେଷରେ ସେ ପରିବାର ଲୋକଙ୍କ ସହ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ତିହିଡ଼ି ଥାନାରୁ ଘଟଣା ବିଷୟରେ ବୁଝିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି ବରୁଣ ଗୁଣ୍ଟୁପାଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri