ଯୁବତୀ ଗର୍ଭବତୀ: ବନ୍ଧା ହେଲେ ବୃଦ୍ଧ

ଗୋପାଳପୁର,୧୪ା୧୦(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର କରି ଗର୍ଭବତୀ କରିବା ମାମଲାରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବିଶ୍ୱନାଥପୁର ଗ୍ରାମର ମନୁ ନାଇକ(୭୦)।

ସୂଚନା ଅନୁସାରେ ବିଶ୍ୱନାଥପୁର ଓଡ଼ିଆରପି କଲୋନୀରେ ମନୁ ରହୁଥିବା ବେଳେ ପଡ଼ୋଶୀ ଘରେ ଜଣେ ଯୁବତୀ ରହି ଶ୍ରମିକ ଭାବେ କାମ କରୁଥିଲେ। ଗତ କିଛି ମାସ ତଳେ ମନୁ ଯୁବତୀଙ୍କୁ ପ୍ରଲୋଭନ ଦେଖାଇ ବିବାହ ପ୍ରତିଶ୍ରୁତି ଦେଇ ବାରମ୍ବାର ବଳାତ୍କାର କରି ଚାଲିଥିଲେ। ଇତି ମଧ୍ୟରେ ଯୁବତୀ ଜଣକ ସାତ ମାସର ଗର୍ଭବତୀ ହୋଇଥିଲେ। ମନୁ ଯୁବତୀଙ୍କୁ ବିବାହ କରିବା ପାଇଁ ମନା କରିବା ସହ ଧମକ ଚମକ ଦେଇଥିଲେ। ଏ ନେଇ ବୁଧବାର ଯୁବତୀ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଗ୍ରାମରେ ମନୁ ବୁଲୁଥିବା ବେଳେ ପୋଲିସ ତାଙ୍କୁ ଗିରଫ କରିଥିଲା। ପରେ ଉଭୟଙ୍କୁ ଡାକ୍ତରୀ ମାଇନା କରି ମନୁକୁ କୋର୍ଟ ଚାଲାଣ କରିଛି। ସିଆରପିସି ୧୬୪ ଧାରା ଅନୁସାରେ ଯୁବତୀଙ୍କ ବୟାନ ରେକର୍ଡ କରାଯାଇଥିବା ଥାନା ଅଧିକାରୀ ବିବେକାନନ୍ଦ ମହନ୍ତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri