ଦେଓଗାଁରେ ଚାଞ୍ଚଲ୍ୟ: କପା କିଆରିରେ ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା, ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି…

ବଲାଙ୍ଗୀର/ଦେଓଗାଁ,୨୯ା୧୦(ସୁନିଲ କୁମାର ମହାନ୍ତି/କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡ଼ା ଫାଣ୍ଡି ଅନ୍ତର୍ଗତ ଗଏଲପିଟା ନିକଟରେ ଥିବା ଏକ କପା କିଆରିରେ ବୁଧବାର ସକାଳେ ଜନୈକା ଯୁବତୀଙ୍କ ଗଳିତ ମୃତଦେହକୁ ପୋଲିସ ଜବତ କରିଛି। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରହିଥିବା ଫାଣ୍ଡି ଅଧିକାରୀ ମଳୟ ପଣ୍ଡା ସୂଚନା ଦେଇଛନ୍ତି।

ସୂଚନା ଅନୁସାରେ, ବୁଧବାର ସକାଳୁ କିଛି ଛେଳି ଚରାଳି ଛେଳି ଚରାଇବାକୁ ଯାଇଥିବାବେଳେ ଯୁବତୀଙ୍କ ମୃତଦେହ ଦେଖି ଆସି ଗାଁରେ କହିଥିଲେ। ପରେ ଜମି ମାଲିକ ସ୍ଥାନୀୟ ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ପରେ ସାଇଣ୍ଟିଫିକ୍‌ ଟିମ୍‌ ଆସି ସରଜମିନ ତଦନ୍ତ କରିଥିବା ବେକେ ଘଟଣାକୁ ନେଇ ସନ୍ଦେହରେ କିଛି ଲୋକଙ୍କୁ ପଚରାଉଚରା କରୁଛି ପୋଲିସ। ଅନ୍ୟ ପଟେ ଯୁବତୀଙ୍କୁ ବଳାତ୍କାର କରି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ଯୁବତୀଙ୍କ ମୁହଁକୁ ଦୁର୍ବୃତ୍ତମାନେ ଜାଳି ଦେଇଥିବା ସାଧାରଣରେ ଆଲୋଚନା ହେଉଛି। ଏହି ଖବର ଏବେ ଦେଓଗାଁ ଅଞ୍ଚଳରେ ଏବେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହାକୁ ଆଧାର କରି ପୋଲିସ ଏବେ ତନାଘନା ଚଳାଇଥିବା ଜଣାପଡ଼ିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri