Posted inଫୁରସତ

ଟ୍ରାଫିକ୍‌ରେ ହେଲମେଟ୍‌ ବଦଳରେ କାନ୍ଧରେ ଶୁଆ ରଖି ସ୍କୁଟି ଉଡ଼ାଇଲେ ଯୁବତୀ, ଲୋକେ କହିଲେ ଏମିତି…

ବେଙ୍ଗାଲୁରୁ ତା’ର ଟେକ୍ନୋଲୋଜି ଇଣ୍ଡଷ୍ଟ୍ରି ପାଇଁ ଯେତିକି ପ୍ରସିଦ୍ଧ, ଟ୍ରାଫିକ ସମ୍ବନ୍ଧୀୟ ଅନନ୍ୟ ଘଟଣା ପାଇଁ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥାଏ । ପୁଣି ଥରେ ବେଙ୍ଗାଲୁରୁର ଟ୍ରାଫିକ୍‌ରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି। ଯାହା ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି।

ଏହି ଭାଇରାଲ ଭିଡିଓରେ, ଜଣେ ଯୁବତୀ ହେଲମେଟ୍‌ ନ ପିନ୍ଧି ସ୍କୁଟି ଚଳାଉଥିବାର ନଜର ଆସିଛନ୍ତି। ତାଙ୍କ କାନ୍ଧରେ ଏକ ରଙ୍ଗୀନ ଶୁଆ ବସିଥିବାବେଳେ ପଛରେ ଆଉ ଜଣେ ଯୁବତୀ ବସିଛନ୍ତି। ଆଜିକାଲି ଏହି ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି, ଯାହାକୁ ନେଇ କିଛି ୟୁଜର୍ସ ଆଶ୍ଚର୍ଯ୍ୟ ପ୍ରକାଶ କରୁଛନ୍ତି ତ କିଛି ୟୁଜର୍ସ ବହୁତ ମଜାଳିଆ କମେଣ୍ଟ କରୁଛନ୍ତି।

ଏହି ଭିଡିଓଟି @iRahulJadhav ନାମକ ଏକ ‘ଏକ୍ସ’ ଆକାଉଣ୍ଟରେ ଶେୟାର କରାଯାଇଛି। ‘ବେଙ୍ଗାଲୁରୁରେ କେହି କେବେ ବିରକ୍ତ ହୁଅନ୍ତି ନାହିଁ’ ଏକ କ୍ୟାପଶନ ଲେଖି ଭିଡିଓଟି ଶେୟାର କରାଯାଇଛି। ୬ ସେକେଣ୍ଡର ଏହି ଭିଡିଓ ପୋଷ୍ଟ ହେବା ମାତ୍ରେ ୟୁଜର୍ସଙ୍କଠାରୁ ମଜାଳିଆ କମେଣ୍ଟ ସବୁ ଦେଖିବାକୁ ମିଳୁଛି।

ଭିଡିଓଟିକୁ ହଜାରରୁ ଅଧିକ ଲୋକ ଦେଖିସାରିଲେଣି। ଜଣେ ୟୁଜର ଲେଖିଛନ୍ତି, ଏହା ବେଙ୍ଗାଲୁରୁର ସୁନ୍ଦର ମୁହୂର୍ତ୍ତ। ଆଉ ଜଣେ ଲେଖିଛନ୍ତି, ଏଠାକାର ଟ୍ରାଫିକ ଏତେ ଅଦ୍ଭୁତ ଯେ, ପକ୍ଷୀମାନେ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। କିଛି ସୋସିଆଲ ମିଡିଆ ୟୁଜର ଏହାକୁ ହାଲୁକା ଭାବରେ ନେଇଥିବା ବେଳେ, କିଛି ୟୁଜର ଏହା ଉପରେ ନିଜର ଅସନ୍ତୋଷ ମଧ୍ୟ ପ୍ରକାଶ କରିଛନ୍ତି। ଅନେକ ଲୋକ ବେଙ୍ଗାଲୁରୁ ଟ୍ରାଫିକ ପୋଲିସକୁ ଟ୍ୟାଗ୍‌ କରିଛନ୍ତି ଏବଂ ଏହି ଅବହେଳା ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

ସୂଚନାଥାଉକି, ପୂର୍ବରୁ ମଧ୍ୟ ବେଙ୍ଗାଲୁରୁ ଟ୍ରାଫିକ୍‌ରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଥିଲା। ଜଣେ ଯୁବକ ବିନା ହେଲ୍‌ମେଟରେ ଗାଡ଼ି ଚଳାଉଥିବାବେଳେ ଜଣେ ଯୁବତୀ ତାଙ୍କ ସାମ୍ନା ପରେ ବାଇକ୍‌ରେ ବସିଛନ୍ତି। ଏହି ଭିଡିଓକୁ ନେଇ ସେତେବେଳେ ବି ଖୁବ୍‌ ଚର୍ଚ୍ଚା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri