ଘର ଆଗରେ ଧାରଣା ବସିଛନ୍ତି ପ୍ରେମିକା, ତାଲା ପକାଇ ପରିବାର ସହ ପ୍ରେମିକ ଫେରାର; ନ୍ୟାୟ ନ ମିଳିଲେ…

ଦାରିଙ୍ଗବାଡ଼ି,୨୯।୭(ଅରୁଣ ସାହୁ): ପ୍ରଥମେ କଲେଜରେ ଦେଖା ପରେ ପ୍ରେମ। ଧୀରେ ଧୀରେ ସମ୍ପର୍କ ଆଗକୁ ବଢି ଶାରୀରିକ ସମ୍ପର୍କରେ ପହଞ୍ଚିଥିଲା। ହେଲେ ଏବେ ଧୋକା ପାଇବା ପରେ ପ୍ରେମିକଙ୍କ ଘର ଆଗରେ ଧାରଣା ଦେଇଛନ୍ତି ପ୍ରେମିକା। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗୁଡିକିଆ ଗ୍ରାମରେ।
ଗଣମାଧ୍ୟମକୁ ପ୍ରେମିକାଙ୍କ କହିବା ପ୍ରକାରେ,  ଚଳିତ ମାସ ୨୪ରେ  ଗୁଡିକିଆ ଗ୍ରାମର ପ୍ରେମିକ ତାଙ୍କୁ ତାଙ୍କ ଘରକୁ ଯିବା କହି ନେଇ ଆସିଥିଲେ। କିନ୍ତୁ ଦୁହେଁ ଘରେ ପହଞ୍ଚିବାକ୍ଷଣି ପ୍ରେମିକଙ୍କ ପରିବାର ପ୍ରେମିକାଙ୍କୁ ଗ୍ରହଣ କରି  ନ ଥିଲେ। ଫଳରେ ପ୍ରେମିକଜଣଙ୍କ ପ୍ରେମିକାଙ୍କୁ ନିଜ ଘରେ ଛାଡି ଫେରାର ହୋଇଯାଇଥିଲେ। ସେ ସେହି ଦିନଠାରୁ ପ୍ରେମିକଙ୍କୁ ଅପେକ୍ଷା କରି ତାଙ୍କ ଘର ସମ୍ମୁଖରେ ବସିବା ସହ ସେଠାରେ ହିଁ ରାତ୍ରିଯାପନ କରୁଛନ୍ତି। ନିରନ୍ତର ଭାବେ ପ୍ରେମିକା ଜଣକ ନ୍ୟାୟ ଭିକ୍ଷା କରିବା ସହ ତାଙ୍କ ପ୍ରେମିକ ନ ଆସିବା ଯାଏ ତାଙ୍କୁ ସ୍ତ୍ରୀ ଭାବେ ଗ୍ରହଣ ନ କରିବା ପର୍ଯ୍ୟନ୍ତ ସେଠାରେ ବସିରହିବେ ବୋଲି ଜିଦରେ ଅଟଳ ରହିଛନ୍ତି। ତେବେ ବୁଧବାର ସୁଦ୍ଧା ପ୍ରେମିକଙ୍କୁ ପ୍ରେମିକା ନିକଟକୁ ଅଣାଯିବ ବୋଲି କୁଆଡେ ପ୍ରେମିକଙ୍କ ସମ୍ପର୍କୀୟ ମାନେ ପ୍ରତିଶୃତି ଦେଇଛନ୍ତି। ଯଦି ବୁଧବାର ସୁଦ୍ଧା କୌଣସି ନ୍ୟାୟ ନମିଳେ ତେବେ ପ୍ରେମିକା ଜଣକ ବ୍ରାହ୍ମଣୀଗାଁ ଥାନାର ଦ୍ୱାରସ୍ଥ ହେବେ ବୋଲି କହିଛନ୍ତି।   ଏବେ ପର୍ଯ୍ୟନ୍ତ କୌଣସି ଥାନାରେ ଲିଖିତ ଅଭିଯୋଗ ହୋଇ ନ ଥିବା ଥାନା ଅଧିକାରୀ ବିଜୟ କୁମାର ହାଇବୁରୁ କହିଛନ୍ତି। ଅପରପକ୍ଷେ ପ୍ରେମିକଙ୍କ ସମେତ ତାଙ୍କ ପରିବାର ଘରେ ତାଲା ପକାଇ କୁଆଡେ ଫେରାର ହୋଇଯାଇଥିବା ଜଣାପଡିଛି।

Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri