ଯୁବତୀଙ୍କ ଚୁଟି ଘୋଷାରୀ ଥାନା ଭିତରେ ପିଟିଲେ ଅଧିକାରୀ

ସାହେବଗଞ୍ଜ: ଝାଡ଼ଖଣ୍ଡର ସାହେବଗଞ୍ଜ ଜିଲାରେ ଜଣେ ଯୁବତୀଙ୍କୁ ଥାନା ପରିସରରେ ଥାନା ଅଧିକାରୀ ବାଡ଼େଇଛନ୍ତି। ଏହି ଘଟଣାର ଭିଡିଓ ଭାଇରାଲ ହେବାପରେ ଝାଡ଼ଖଣ୍ଡ ପୋଲିସ ପକ୍ଷରୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଉକ୍ତ ଥାନା ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏହି ଘଟଣାକୁ ଗମ୍ଭୀରତାର ସହ ନେଇ ଡିଜିପି ତଦନ୍ତ ପାଇଁ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରିଛନ୍ତି। ତଦନ୍ତ ରିପୋର୍ଟ ଆସିଲା ପରେ ଥାନା ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଣାପଡ଼ିଛି। ସେହିଭଳି ଥାନା ଅଧିକାରୀଙ୍କ ନାମରେ ଏକ କ୍ରିମିନାଲ କେସ୍‌ ମଧ୍ୟ ରୁଜୁ ହୋଇଛି। ଏହି ଘଟଣାଟି ସାହେବଗଞ୍ଜର ବରହେଟ ଥାନା ପରିସରରେ ଗତ ଜୁଲାଇ ୨୨ରେ ଘଟିଥିଲା। ସ୍ଥାନୀୟ ଅଞ୍ଚଳର ଏହି ଯୁବତୀ ଜଣଙ୍କ ଘରୁ ପଳାଇ ଯାଇ ପ୍ରେମ ବିବାହ କରିଥିଲେ। ଏହି ବିବାହରେ ନାରାଜ ଥିବା ଯୁବତୀଙ୍କ ମା’ ଥାନାରେ ଅଭିଯୋଗ କରିଥିଲେ। ଏହାପରେ ବରହେଟ୍‌ ଥାନା ଅଧିକାରୀ ହରିଶ ପାଠକ ସେହି ଯୁବତୀଙ୍କୁ ଥାନାକୁ ଆଣିଥିଲେ। ଥାନା ପରିସରରେ ଯୁବତୀଙ୍କୁ ଗାଳି ଗୁଲଜ କରିବା ସହିତ ତାଙ୍କ ଚୁଟି ଘୋଷାରୀ ଚାପୁଡ଼ା ମାରିଥିଲେ। ନିକଟରେ କିଛି ପୋଲିସ କର୍ମଚାରୀ ଠିଆ ହୋଇ ଏହି ଘଟଣାକୁ ଦେଖୁଥିଲେ। ଯାହାର ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଥିଲା। ଯୁବତୀଜଣଙ୍କ ଏହା ପରଦିନ ଏସ୍‌ପିଙ୍କ ନିକଟରେ ଏନେଇ ଅଭିଯୋଗ କରିବା ସହ ଏହାର ଏକ ନକଲ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ମାରାଣ୍ଡି, ରାଜ୍ୟ ମାନବାଧିକାର କମିଶନଙ୍କ ନିକଟକୁ ପଠାଇଥିଲେ। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏହି ଘଟଣାକୁ ନିନ୍ଦା କରିବା ସହ ଏହା ଅତ୍ୟନ୍ତ ଅନ୍ୟାୟ ଓ ନିନ୍ଦନୀୟ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri