ଯୁବତୀଙ୍କୁ ହତ୍ୟାକରି ଫିଙ୍ଗିଦେଲେ ଜଙ୍ଗଲରେ

ବୋରିଗୁମ୍ମା,୩ା୧(ଡି.ଏନ.ଏ.): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅନ୍ତର୍ଗତ ଚାଲାଣଗୁଡା କାଜୁମିଲ୍‌ ପଛପଟେ ଥିବା ନୀଳଗିରି ଜଙ୍ଗଲରୁ ଜଣେ ଯୁବତୀଙ୍କ ମୃତଦେହ ପୋଲିସ ଜବତ କରିଛି। ତାଙ୍କ ନାମ ସୁଭଦ୍ରା ଅମାନତ୍ୟ(୧୯)। ଘର ଚିଲିଗୁଡା ଗ୍ରାମରେ। ଗତ ୩୦ ତାରିଖ ସନ୍ଧ୍ୟାରୁ ସେ ନିଖୋଜ ଥିଲେ।

ସୁଭଦ୍ରା ଘରୁ କେଉଁଆଡେ ଚାଲିଯାଇଥିବା ଜାଣିବା ପରେ ପରିବାର ଲୋକେ ବହୁ ଖୋଜାଖୋଜି କରି ତାଙ୍କ ସନ୍ଧାନ ପାଇ ନ ଥିଲେ। ରବିବାର ଗ୍ରାମର କେତେ ଜଣ ମହିଳା ଜାଳେଣି କାଠ ସଂଗ୍ରହ କରିବାକୁ ନୀଳଗିରି ଜଙ୍ଗଲକୁ ଯାଇଥିଲେ। ସେଠାରେ ମହିଳାମାନେ ଏକ ମୋବାଇଲ ଫୋନ ପଡିଥିବା ଦେଖିବାକୁ ପାଇଥିଲେ। ପରେ ଲଟାବୁଦାରୁ ମୃତଦେହ ପଡିଥିବା ଦେଖି ଏହା ସୁଭଦ୍ରାଙ୍କର ବୋଲି ଜାଣିପାରି ପରିବାର ଲୋକଙ୍କୁ ଜଣାଇଥିଲେ। ତାଙ୍କ ସମ୍ପର୍କୀୟ ମାମୁ ଭୁବନ ଅମାନତ୍ୟ ବୋରିଗୁମ୍ମା ପୋଲିସକୁ ଖବର ଦେଇଥିଲେ। ଆଇଆଇସି ଖୁରେଶ୍ୱର ସାହୁ ଏକ ଟିମ ସହ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ପରେ ଅନୁସନ୍ଧାନୀ କୁକୁର ଓ ଫୋରେନସିକ ଟିମ୍‌ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ତଦନ୍ତରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରୁଛି। ସୁଭଦ୍ରାଙ୍କ ମୁଣ୍ଡରେ ଆଘାତ ଲାଗିବା ସହ କେଶକୁ ଦୁର୍ବୃତ୍ତମାନେ ପୋଡି ଦେଇଥିବା ଜଣାପଡିଛି। ତଦନ୍ତ ପରେ ହତ୍ୟାର କାରଣ ସ୍ପଷ୍ଟ ହେବ ବୋଲି ଏସ୍‌ଡିପିଓ ହରେକୃଷ୍ଣ ମାଝୀ କହିଛନ୍ତି। ଏନେଇ ପୋଲିସ ଦଫା ୩୦୨, ୨୦୧ରେ ଏକ ମାମଲା (ନଂ. ୨/୨୨) ରୁଜୁ କରି ତଦନ୍ତ ଚଳାଇଛି।

ସୂଚନାଯୋଗ୍ୟ, ସୁଭଦ୍ରାଙ୍କ ବାପା ଧବୁଲୁ ଅମାନତ୍ୟ ଓ ମା’ ଧନେଇ ମାସ ହେବ ଦାମନଯୋଡିର ଏକ ଇଟାଭାଟିରେ କାମ କରୁଛନ୍ତି। ଘରେ ଦୁଇ ଭଉଣୀ, ଗୋଟିଏ ଭାଇ ଆଈମା’ ପାଖରେ ରହୁଥିଲେ। ସୁଭଦ୍ରା ନିକଟସ୍ଥ କାଜୁ ମିଲରେ କାମ କରୁଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri