ଯୁବତୀଙ୍କୁ ଘରୁ ଉଠାଇନେଲେ ଦୁର୍ବୃତ୍ତ

ଭେଡ଼େନ,୨୪।୪(ଡି.ଏନ.ଏ.): ବରଗଡ଼ ଜିଲା ଭେଡ଼େନ ଥାନା ତାଲମେଣ୍ଡା ପଞ୍ଚାୟତ ଅନ୍ତର୍ଗତ ଦେହେରୀପାଲି ଗ୍ରାମର ଜଣେ ଯୁବତୀଙ୍କୁ ମାରଣାସ୍ତ୍ର ଦେଖାଇ ଘରରୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଯୁବତୀଙ୍କ ବାପାଙ୍କ ଅଭିଯୋଗକୁ କ୍ରମେ ପୋଲିସ ଭେଡ଼େନ ଥାନାରେ ଏକ ମାମଲା (ନଂ.୧୩୨।୨୩) ରୁଜୁ କରି ତନାଘନା ଚଳାଇଛି। ଏସ୍‌ଆଇ ଦୟାନିଧି ପାତ୍ର ଘଟଣାର ତଦନ୍ତ କରୁଛନ୍ତି। ତେବେ ଏହି ଘଟଣା ପ୍ରଘଟ ହେବା ପରେ ଭେଡ଼େନ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।
ସୂଚନା ଅନୁସାରେ, ଗତ ଶୁକ୍ରବାର ମଧ୍ୟରାତ୍ରିରେ ଗୋଟିଏ ଚାରିଚକିଆ ଗାଡ଼ି ଆସି ଯୁବତୀଙ୍କ ଘର ଦ୍ୱାର ମୁଁହରେ ଅଟକିଥିଲା। ଏଥିରେ ବସିଥିବା ୧୨ ଜଣ ମୁଖାପିନ୍ଧା ଯୁବକ ଓହ୍ଲାଇ କବାଟ ବାଡ଼େଇଥିଲେ। ଯୁବତୀଙ୍କ ଜେଜେବାପା କବାଟ ଫିଟାଇ ଦେବାରୁ ସେମାନେ ଘର ଭିତରକୁ ପଶିଥିଲେ ଏବଂ ଯୁବତୀ ଶୋଇଥିବା କୋଠରୀକୁ ଯାଇ ମାରଣାସ୍ତ୍ର ଦେଖାଇ ତାଙ୍କୁ ଟେକି ନେଇଥିଲେ। ସେମାନଙ୍କୁ ପ୍ରତିରୋଧ କରିବାକୁ ଯାଇ ଯୁବତୀଙ୍କ ମା’ ଏବଂ ଜେଜେବାପା ଆହତ ହୋଇଛନ୍ତି। ଘଟଣାକୁ ୨ ଦିନ ବିତିଯାଇଥିଲେ ମଧ୍ୟ ଯୁବତୀ ଓ ଅପହରଣକାରୀଙ୍କ କୌଣସି ସନ୍ଧାନ ମିଳିପାରିନାହିଁ। ଉଲ୍ଲେଖନୀୟ, ବରଗଡ଼ ଜିଲା ଭେଡ଼େନ ଥାନା ସବୁବେଳେ ଚର୍ଚ୍ଚାରେ ରହିଆସିଛି । ମାଖନୁ ବାଗ ହାଜତ ମୃତ୍ୟୁରୁ ଆରମ୍ଭ କରି କୁଟେନପାଲି ପ୍ରିୟଙ୍କା କୁଦେଇ ଅପହରଣ, ଜାଣ୍ଡୋଲ ଗଣହତ୍ୟା, ଆଖିଫୁଟା ଟ୍ରିପଲ ମର୍ଡର ଘଟଣା ଉପରୁ ପୋଲିସ ଅଦ୍ୟାବଧି ପରଦା ଉଠାଇବାରେ ଅସମର୍ଥ ହୋଇଛି। ତେବେ ଦେହେରୀପାଲି ଯୁବତୀ ଅପହରଣ ଘଟଣାର ରହସ୍ୟ ଉନ୍ମୋଚନରେ ପୋଲିସ କେତେଦୂର ସଫଳ ହେଉଛି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବ କିଙ୍ଗ୍ସକକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri