କାଠ ସଂଗ୍ରହ କରିବାକୁ ଯାଇ ଯୁବତୀ ଖାଇଲେ ଗୁଳି ମାଡ଼

ସୁନ୍ଦରଗଡ଼, ୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ସଦର ବ୍ଲକ ଧରୁଆଡିହି ଥାନା ଅନ୍ତର୍ଗତ ଲମଟି ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରେ ରବିବାର ଅଭାବନୀୟ ଘଟଣା ଘଟିଛି। ମହିଳାମାନଙ୍କ ସହ ଜଙ୍ଗଲକୁ ଜାଳେଣି କାଠ ସଂଗ୍ରହ କରିବାକୁ ଯାଇଥିବା ଉର୍ବଶୀ ନାଏକ (୧୮) ନାମ୍ନୀ ଜଣେ ଯୁବତୀ ବାର୍‌ହା ଶିକାରୀଙ୍କ ଗୁଳିରେ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଯୁବତୀଙ୍କୁ ଉଦ୍ଧାରକରି ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଯୁବତୀଙ୍କ ଘର ଧୂମାଗଡ଼ା ଗ୍ରାମରେ। ସେ ଲମଟି ଗ୍ରାମରେ ମାମୁ ଘରେ ରହି ବିରବିରା କଲେଜରେ ପଢୁଛନ୍ତି।
ଯୁବତୀ ଜଣକ ଅନ୍ୟ କେତେଜଣ ମହିଳାଙ୍କ ସହ ମିଶି ଜଙ୍ଗଲରୁ ଶୁଖିଲା କାଠ ସଂଗ୍ରହ କରୁଥିଲେ। ଏହି ସମୟରେ ବାର୍‌ହା ଶିକାର ପାଇଁ ଜଙ୍ଗଲରେ ଛପିଥିବା ଶିକାରୀମାନେ ଶବ୍ଦ ଶୁଣିଥିଲେ। ବାର୍‌ହା ଆସୁଥିବା ଭାବି ଶବ୍ଦ ଆସୁଥିବା ସ୍ଥାନକୁ ଲକ୍ଷ୍ୟ କରି ଗୁଳି ଚଳାଇଥିଲେ। ଗୁଳିଟି ଯାଇ ଏହି ଯୁବତୀଙ୍କ ପଛରେ ବାଜିଥିଲା। ଗୁଳି ବାଜିବା ମାତ୍ରେ ସେ ଚିତ୍କାର କରିଥିଲେ। ପାଖରେ ଥିବା ମହିଳାମାନେ ତାଙ୍କୁ ଉଦ୍ଧାର କରି ଗାଁକୁ ଆଣିଥିଲେ। ଗାଁ ଲୋକଙ୍କ ସହାୟତାରେ ସୁନ୍ଦରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ଚିକିତ୍ସା ପରେ ଯୁବତୀ ଜଣକ ବିପଦମୁକ୍ତ ଅଛନ୍ତି। ଖବରପାଇ ଧରୁଆଡିହି ଥାନା ଆଇଆଇସି ଅଲେଖ ଚନ୍ଦ୍ର ସେଠୀ ପହଞ୍ଚତ୍ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ଲମଟି ଜଙ୍ଗଲକୁ ଘେରାଉ କରି ଖାନତଲାସି ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri