ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…

ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ କେଶଦୁରାପାଳ ଗାଁରେ ଏହି ଅଭାବନୀୟ ଘଟଣା ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ନିଖୋଜ ଯୁବତୀଜଣକ କେଶଦୁରାପାଳ ଗ୍ରାମର କୁଣ୍ଡି ସାହିର କୁଳମଣି ପାତ୍ରଙ୍କ ଝିଅ ସବିତା ପାତ୍ର ବୋଲି ଜଣାପଡ଼ିଛି।

ପ୍ରାପ୍ତ ସୂଚନା ଅନୁଯାୟୀ, ଗତ ଦୁଇ ଦିନ ଧରି ହେଉଥିବା ପ୍ରବଳ ବର୍ଷା ଯୋଗୁ ରେମାଳ ଡ୍ୟାମର ଜଳସ୍ତର ବିପଦ ସଙ୍କେତ ଉପରକୁ ଚାଲିଯାଇଥିଲା। ଫଳରେ ମଙ୍ଗଳବାର ସକାଳୁ ଡ୍ୟାମ୍ କର୍ତ୍ତୃପକ୍ଷ ଗେଟ୍ ଖୋଲିବା ପରେ ରେମାଳ ନଦୀରେ ହଠାତ୍ ଜଳସ୍ତର ବୃଦ୍ଧି ପାଇ ପ୍ରବଳ ସୁଅ ସୃଷ୍ଟି ହୋଇଥିଲା। ଏହି ସମୟରେ ସବିତା ଘର ନିକଟ ନଦୀ କୂଳକୁ ଶୌଚ ପାଇଁ ଯାଇଥିବା ବେଳେ ହଠାତ୍ ବଢ଼ିଆସିଥିବା ପ୍ରଖର ସୁଅରେ ଭାରସାମ୍ୟ ହରାଇ ନଦୀରେ ଖସିପଡ଼ିଥିଲେ ଏବଂ ମୂର୍ତ୍ତିମାନ ଜଳସ୍ରୋତରେ ଭାସି ଯାଇଥିଲେ।

ସବିତାଙ୍କ ଆର୍ତ୍ତନାଦ ଶୁଣି ଗ୍ରାମର କିଛି ଯୁବକ ତାଙ୍କୁ ଉଦ୍ଧାର କରିବା ପାଇଁ ନଦୀ କୂଳେ କୂଳେ ଦୌଡ଼ିଥିଲେ ହେଁ ନଦୀରେ ଥିବା ପ୍ରବଳ ସୁଅ ଏବଂ ଘୂର୍ଣ୍ଣିବଳୟ ଯୋଗୁ ସାହସ କରି ଆଗକୁ ଯାଇପାରି ନ ଥିଲେ। ଯୁବତୀଜଣକ ସ୍ରୋତରେ ଭାସିଯାଉଥିବା ସମୟରେ ବଞ୍ଚାଇବା ପାଇଁ ହାତ ଟେକି ଇସାରା ଦେଉଥିଲେ ମଧ୍ୟ କାହାକୁ ସଫଳତା ମିଳି ନ ଥିଲା। ଘଟଣାସ୍ଥଳରେ ଗ୍ରାମବାସୀ ପ୍ରାୟ ଏକ ଘଣ୍ଟା ଧରି ଖୋଜାଖୋଜି କରିଥିଲେ। ଖବର ପାଇ ଆନନ୍ଦପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୁଇ ଘଣ୍ଟା ବ୍ୟାପୀ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ ସୁଦ୍ଧା ବର୍ତ୍ତମାନ ସୁଦ୍ଧା ଯୁବତୀଙ୍କର କୌଣସି ପତ୍ତା ମିଳିପାରି ନାହିଁ।

ଡ୍ୟାମ୍ ଗେଟ୍ ଖୋଲିବା ପୂର୍ବରୁ ପ୍ରଶାସନ ପକ୍ଷରୁ ସଠିକ୍ ଭାବେ ସତର୍କ ସୂଚନା ବା ମାଇକିଂ କରାଯାଇ ନଥିବାରୁ ଏଭଳି ଅଘଟଣ ଘଟିଲା ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏହି ଦୁଃଖଦ ଘଟଣା ପରେ ପରିବାରବର୍ଗଙ୍କୋ କାନ୍ଦବୋବାଳିରେ ସାରା ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?