ପ୍ରେମିକଙ୍କ ସହ ବେଙ୍ଗାଲୁରୁ ପଳାଇଥିଲେ ଯୁବତୀ: ଫେରିଲା ମୃତଦେହ

ଧାମନଗର,୨୯।୧୧(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ):୮ ମାସ ତଳେ ଜଣେ ଯୁବକ ତାଙ୍କ ଝିଅକୁ ନେଇ ବେଙ୍ଗାଲୁରୁ ଚାଲି ଯାଇଥିଲେ। ଏବେ ତାଙ୍କ ଝିଅର ମୃତଦେହ ଫେରିଥିବା ବେଳେ ଯୁବକ ଜଣକ ଫେରାର ହୋଇଯାଇଛନ୍ତି। ଯୁବକ ଜଣକ ନ ଆସିବା ଯାଏ ତାଙ୍କ ଝିଅର ଅନ୍ତିମ ସଂସ୍କାର କରାଯିବ ନାହିଁ ବୋଲି ମୃତ ନାବାଳିକାଙ୍କ ପରିବାର ଲୋକେ ଜିଦ୍‌ ଧରିଥିଲେ। ଏପରିକି ବୁଧବାର ସାରୁ ଯୁବକଙ୍କ ଘର ଦୁଆରେ ଝିଅର ମୃତଦେହ ରଖି ପରିବାର ଲୋକେ ଧାରଣାରେ ବସିଥିଲେ। ପୋଲିସ ରାତିରୁ ମୃତଦେହକୁ ଜଗି ରହିଥିଲା। ଗୁରୁବାର ବୁଝାଶୁଝା ପରେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା। ଧାମନଗର ଥାନା ଅଧୀନ ସରେଇ ଚୁଡ଼ାକୁଟି ପଞ୍ଚାୟତର ସୋରିଷଡିହ ଗ୍ରାମରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଝିଅକୁ ହତ୍ୟା କରାଯାଇଥିବା ମୃତା ନାବାଳିକାଙ୍କ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି।
ସୂଚନା ଅନୁଯାୟୀ, ସମ୍ପୃକ୍ତ ନାବାଳିକା ଗତ ମାର୍ଚ୍ଚ ୩୧ରୁ ନିଖୋଜ ହୋଇଯାଇଥିବା ନେଇ ତାଙ୍କ ମା’ ଏପ୍ରିଲ ୧ରେ ଧାମନଗର ଥାନାରେ ଏତଲା ଦେଇଥିଲେ। ଏନେଇ ମାମଲା (ନଂ.୧୪୪/୨୪) ମଧ୍ୟ ରୁଜୁ ହୋଇଥିଲା। ପରେ ଗ୍ରାମର ଜଣେ ଯୁବକ ଝିଅକୁ ନେଇ ଯାଇଥିବା ସନ୍ଦେହରେ ତାଙ୍କ ପରିବାର ଲୋକଙ୍କୁ ପଚାରିଥିଲେ ହେଁ ସେମାନେ ଏ ବିଷୟରେ ଜାଣି ନ ଥିବା କହିଥିଲେ। ହେଲେ ୨ ଦିନ ତଳେ କଟକ ବଡ଼ ଡାକ୍ତରଖାନାରେ ନାବାଳିକାଙ୍କ ଚିକିତ୍ସା ପାଇଁ ଉକ୍ତ ଯୁବକଙ୍କ ପରିବାର ପକ୍ଷରୁ ତାଙ୍କ ମା’ଙ୍କୁ ବିଜୁ ସ୍ବାସ୍ଥ୍ୟ କାର୍ଡ ମାଗିଥିଲେ। ନାବାଳିକାଙ୍କ ପରିବାର ଲୋକେ କଟକ ଡାକ୍ତରଖାନାରେ ପହଞ୍ଚତ୍ବା ବେଳକୁ ଝିଅର ମୃତ୍ୟୁ ହୋଇସାରିଥିଲା। ବୁଧବାର ମୃତଦେହ ଗଁାରେ ପହଞ୍ଚତ୍ଥିବା ବେଳେ ପ୍ରେମିକ ସାଙ୍ଗରେ ଆସି ନ ଥିବାରୁ ମୃତଦେହ ସତ୍କାର କରାଯିବ ନାହିଁ ବୋଲି ମୃତ ନାବାଳିକାଙ୍କ ପରିବାର ଲୋକେ ଅଡ଼ି ବସିଥିଲେ। ଖବରପାଇ ଧାମନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ବୁଝାଶୁଝା କରିଥିଲେ ମଧ୍ୟ କୌଣସି ସମାଧାନ ହୋଇପାରି ନ ଥିଲା। ଫଳରେ ପୋଲିସ ରାତିସାରା ମୃତଦେହକୁ ଜଗି ରହିଥିଲା। ଗୁରୁବାର ପୂର୍ବାହ୍ନରେ ମାଜିଷ୍ଟ୍ରେଟ୍‌ ଭାବେ ତହସିଲଦାର ଦୀପକ କୁମାର ଦାସ ବୁଝାଶୁଝା କରିବା ପରେ ମୃତଦେହ ବ୍ୟବଚ୍ଛେଦ ପାଇଁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ରିପୋର୍ଟ ଲେଖାହେବା ସୁଦ୍ଧା ହତ୍ୟା ନେଇ ଥାନାରେ କୌଣସି ଅଭିଯୋଗ କରାଯାଇ ନାହିଁ। ପୂର୍ବ ଅଭିଯୋଗ ଅନୁଯାୟୀ ଘଟଣାର ତଦନ୍ତ ଜାରି ରହିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଯାହା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଧାମନଗର ଥାନା ଆଇଆଇସି ଫନୀନ୍ଦ୍ର ଭୂଷଣ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri