ଟ୍ରେନ୍‌ରେ କଟି ଯୁବତୀଙ୍କ ମୁଣ୍ଡଗଣ୍ଡି ଅଲଗା

କୁଆଁରମୁଣ୍ଡା,୨୬ା୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ରେଳ ଷ୍ଟେଶନ ନିକଟସ୍ଥ କାଲୋସିହିରିଆ ରେଲଓ୍ବେ ବ୍ରିଜ୍‌ଠାରୁ ଶହେ ମିଟର ଦୂର ବୁଗଦା ପୁଲିଆ ନିକଟରେ ଥିବା ରେଳଧାରଣାର ଶନିବାର ମୁଣ୍ଡଗଣ୍ଡି ଅଲଗା ହୋଇପଡ଼ିଥିବା ଜଣେ ଯୁବତୀଙ୍କର ମୃତଦେହ ଦେଖିବାକୁ ମିଳିଛି। ମୃତ ଯୁବତୀଙ୍କର ପରିଚୟ ମିଳିନାହିଁ।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ,ବରସୁଆଁରୁ ରାଉରକେଲା ହୋଇ ବୀରମିତ୍ରପୁରକୁ ଯାଉଥିବା ଏକ ମାଲବାହୀ ଟ୍ରେନ୍‌ ଯିବାର କିଛି କ୍ଷଣ ପୂର୍ବରୁ ଉକ୍ତ ଯୁବତୀ ଜଣଙ୍କ ରେଳଧାରଣାରେ ଶୋଇ ରହିଥିଲେ। ଫଳରେ ଟ୍ରେନରେ କଟି ତାଙ୍କର ଶରୀର ଦୁଇ ଖଣ୍ଡ ହୋଇଯାଇଛି। ଏନେଇ କୁଆଁରମୁଣ୍ଡା ଷ୍ଟେଶନମାଷ୍ଟର ସୌଲିପ୍‌ ମଣ୍ଡଳଙ୍କୁ ପଚାରିବାରୁ ସେ କହିଲେ ଆମେ ଉକ୍ତ ଖବର ପାଇଛୁ, ଜିଆରପି ପୋଲିସ ସେଠାରେ ପହଞ୍ଚି ତଦନ୍ତ କରିବା ପରେ ସବିଶେଷ ତଥ୍ୟ ଜଣାପଡ଼ିବ। ହେଲେ କାହିଁକି କେଉଁ କାରଣକୁ ନେଇ ଯୁବତୀ ଜଣଙ୍କ ଏପରି ଚରମ ପଦକ୍ଷେପ ନେଲେ ତାହା ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି ଗୃହ ନିର୍ମାଣ ବିବାଦ: ୨୧ ଆନ୍ଦୋଳନକାରୀଙ୍କ ବିରୁଦ୍ଧରେ ମାମଲା ରୁଜୁ କଲେ ସିଡିପିଓ

ଭଞ୍ଜନଗର, ୧୧।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଜଗନ୍ନାଥପ୍ରସାଦ ବ୍ଲକ ରାଉତି ପଞ୍ଚାୟତରେ ଅଙ୍ଗନୱାଡି କେନ୍ଦ୍ରର ସ୍ଥାୟୀ ଗୃହ ନିର୍ମାଣକୁ ନେଇ ଚାଲିଥିବା ବିବାଦ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri