କେବଳ ଜଣେ ନୁହେଁ ଏକାବେଳେ ଦୁଇ ଯୁବକଙ୍କ ସହ ରଖିଥିଲେ ପ୍ରେମ ସମ୍ପର୍କ, ଏମିତି କ‘ଣ ହେଲା ରାତିରେ ଝୁଲିପଡ଼ିଲେ ଯୁବତୀ

ନୂଆପଡ଼ା, ୮।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଧରମବନ୍ଧା ଥାନା ଅଧୀନ ସଦର ଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ସହାୟିକା ଶୁକ୍ରବାର ରାତିରେ ବେକରେ ଶାଢ଼ୀ ଲଗାଇ ଆତ୍ମହତ୍ୟା କରିଥିବା ନେଇ ଧରମବନ୍ଧା ଥାନାରେ ଅଭିଯୋଗ ହୋଇଛି। ମୃତ ଯୁବତୀ ହେଲେ ଧରମବନ୍ଧା ପଞ୍ଚାୟତ କୋଡୋପାଲି ଗ୍ରାମର ମମତା ମାଝୀ (୨୪)।

ସୂଚନା ଅନୁଯାୟୀ, ମମତା ଧରମବନ୍ଧା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ସହାୟିକା ଭାବେ କାର୍ଯ୍ୟ କରୁଥିଲେ। ତେବେ ସେ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି, ତାହା ସ୍ପଷ୍ଟ ହୋଇନାହିଁ। ପ୍ରେମ ସମ୍ପର୍କକୁ ନେଇ ସେ ମାନସିକ ଚାପରେ ଥିବା ଆଶଙ୍କା କରାଯାଉଛି ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ତେବେ ଏହାର ସତ୍ୟତା ପୋଲିସ ତଦନ୍ତ ପରେ ସ୍ପଷ୍ଟ ହେବ।

ସୂଚନା ଅନୁସାରେ, ମମତାଙ୍କର ଦୁଇଜଣ ଯୁବକଙ୍କ ସହ ପ୍ରେମ ସମ୍ପର୍କ ଥିବା ନେଇ ଆଲୋଚନା ହେଉଥିଲା। ଉଭୟ ଯୁବକ ଏହା ଜାଣିବା ପରେ ପରସ୍ପର ମଧ୍ୟରେ ବିବାଦ ଲାଗି ରହିଥିବା କୁହାଯାଉଛି। ଶୁକ୍ରବାର ଏହି ବିବାଦ ଉଗ୍ରରୂପ ନେବା ପରେ ମମତା ମାନସିକ ଭାରସାମ୍ୟ ହରାଇ ଏଭଳି ପଦକ୍ଷେପ ନେଇଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।

ମମତା ହସ୍ପିଟାଲ ପରିସରରେ ରହୁଥିବା ଏକ ଆଜବେଷ୍ଟର ଘରରେ ଥିଲେ। ଶୁକ୍ରବାର ରାତିରେ ସେ ଘର ଭିତରେ  ଲୁହା ରେଲିଂରେ ଶାଢ଼ୀ ସାହାଯ୍ୟରେ ଝୁଲି ପଡ଼ିଥିବା ଜଣାପଡ଼ିଛି। ଶନିବାର ସକାଳେ ସେ ଘରୁ ବାହାରକୁ ନ ଆସିବାରୁ ସନ୍ଦେହ ହୋଇଥିଲା। ସ୍ଥାନୀୟ ଲୋକେ କବାଟ ବାଡ଼େଇଥିଲେ ମଧ୍ୟ କୌଣସି ପ୍ରତିକ୍ରିୟା ନମିଳିବାରୁ ପୋଲିସକୁ ଖବର ଦେଇଥିଲେ।

ପରେ ପୋଲିସ ଉପସ୍ଥିତିରେ କବାଟ ଖୋଲାଯିବା ପରେ ମମତାଙ୍କୁ ଘର ଭିତରେ ଝୁଲନ୍ତା ଅବସ୍ଥାରେ ଦେଖିଥିଲା। ଏନେଇ ପରିବାର ଲୋକେ ଧରମବନ୍ଧା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଖବର ପାଇ ଧରମବନ୍ଧା ଓ ନୂଆପଡ଼ା ପୋଲିସ ସହ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଆତ୍ମହତ୍ୟାର ପ୍ରକୃତ କାରଣ ଜାଣିବା ପାଇଁ ପୋଲିସ ବିଭିନ୍ନ ଦିଗରୁ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍‌, ରାତି ପାହିଲା ବେଳକୁ…

ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ଗାଡ଼ି ଅଟକାଇ ମାଡ଼ ମାରିବା ମାମଲା: ୩ ଅଭିଯୁକ୍ତ ଜେଲ୍ ଗଲେ, ଜଣେ ଗିରଫ ଓ ୨ ଆତ୍ମସମର୍ପଣ

ବଞ୍ଚୋ,୨୨।୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅଧୀନ ଦେଓଗାଁ ଅଞ୍ଚଳରେ ଘଟିଥିବା ଗାଡ଼ି ଅଟକାଇ ମାଡ଼ ମାରିବା ମାମଲାରେ ପୁଲିସକୁ ବଡ଼ ସଫଳତା ମିଳିଛି। ଏହି…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ପ୍ରତିଭା ବିକାଶ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ନବାଗତ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?