ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ ମିଳିପାରି ନାହିଁ। ବାଇକ୍ରେ ଦୁହେଁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏପରିକି ପୋଲିସ ବାଇକ୍ ଜବତ କରି ଯୁବତୀ, ଯୁବକଙ୍କ ପରିଚୟ ଜାଣିବା ନେଇ ତଦନ୍ତ ଆରମ୍ଭ କରିଛି।