ଭଡ଼ା ଘରୁ ମିଳିଲା ଯୁବତୀଙ୍କ ମୃତଦେହ: ହତ୍ୟା ନା ଆତ୍ମହତ୍ୟା?

ଭୁବନେଶ୍ୱର,୨୬।୫: ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ୱର ପାହାଳ ଅଞ୍ଚଳ ଏକ ଭଡ଼ା ଘରୁ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଯୁବତୀ ଜଣକ ଭଦ୍ରକ ବାସୁଦେବପୁର ଅଞ୍ଚଳର ବୋଲି ଜଣାପଡ଼ିଛି।

ମିଳିଥିବା ସୂଚନା ମୁତାବକ, ଯୁବତୀ ଜଣକ ଭୁବନେଶ୍ୱରର ଏକ ଘରୋଇ କମ୍ପାନୀରେ ଏଚ୍‌ଆର (HR) ଭାବେ କାର୍ଯ୍ୟ କରୁଥିଲେ। ହେଲେ ଗତ ୬ ମାସ ହେଲା ତାଙ୍କୁ ଚାକିରିରୁ ବାହାର କରିଦିଆଯାଇଥିଲ। ଚାକିରି ଛାଡିବା ପରେ ମଧ୍ୟ ସେ ଭଡ଼ା ଘରେ ରହୁଥିଲେ।

ଅନ୍ୟପକ୍ଷେ ଯୁବତୀଙ୍କ ମୃତ୍ୟୁକୁ ନେଇ ସନ୍ଦେହ ସୃଷ୍ଟି ହୋଇଥିବା ବେଳେ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ଘଟିଲା ତାଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହା ଆତ୍ମହତ୍ୟା ନା ଏହା ପଛରେ ଅନ୍ୟ କୌଣସି କାରଣ ରହିଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଘଟଣାସ୍ଥଳରେ ପାହାଳ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

Share