ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସଂଜିତ କୁମାର ସାହୁ ତାଙ୍କ ପୁଅ ଏବଂ ସ୍ତ୍ରୀଙ୍କ ସହିତ ମନ୍ଦିର ଯାଇଥିଲେ । ଘରେ ଏକୁଟିଆ ତାଙ୍କ ଝିଅ ଅମ୍ବିକା ସାହୁ ରହିଥିଲେ । ହେଲେ ମନ୍ଦିରରୁ ଘରକୁ ଫେରିବା ପରେ ଝିଅ ଘର ଭିତରେ କବାଟ କିଳି ରହିଥିବା ଦେଖିବାକୁ ପାଇଥିଲେ ସଂଜିତ।

ଝିଅକୁ ଅନେକ ଥର ଡାକିବା ସହିତ ଘରର କବାଟ ବାଡେଇଥିଲେ। ହେଲେ ଝିଅ କବାଟ ଖୋଲି ନ ଥିଲା। ଯାହା ପରେ ଉକ୍ତ ଘର ସ୍କାଏ ଲାଇଟ ଆଡୁ ଦେଖିବା ପରେ ଝିଅକୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ। ତାପରେ ଘରର କବାଟ ଭାଙ୍ଗି ଘର ଭିତରୁ ଝିଅକୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଉଦଳା ମେଡିକାଲରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ତେବେ ଏକ ମାସ ପୂର୍ବରୁ ଅମ୍ବିକାଙ୍କ ଲଗ୍ନଧରା ସରିଥିବା ବେଳେ ସବୁ କିଛି ଠିକ ଥିଲା। ତେବେ କଣ ପାଇଁ ଅମ୍ବିକା ଏଭଳି ଚରମ ନିଷ୍ପତ୍ତି ନେଲେ ତାହା ଏବେ ବି ସନ୍ଦେହରେ। ଖବର ପାଇ ଉଦଳା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri