ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ ବାପିନି ଗୌଡ଼ଙ୍କ କନ୍ୟା ରେଶ୍ମା ଗୌଡ଼ (୨୩)। ଶନିବାର ଦିଗପହଣ୍ଡି ପୋଲିସ ବ୍ରହ୍ମପୁର ବଡ଼ ଡାକ୍ତରଖାନାରୁ ତାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛି।
ମିଳିଥିବା ସୂଚନା ଅନୁଯାୟୀ, ରେଶ୍ମା ସାମାନ୍ୟ ମସ୍ତିଷ୍କ ବିକୃତି ଥିବା କାରଣରୁ ଶୁକ୍ରବାର ହଠାତ ଘରୁ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ଖୋଜାଖୋଜି କରୁଥିବା ବେଳେ ସେ ଦିଗପହଣ୍ଡି-ଆସିକା ରାସ୍ତାର ଶ୍ରୀ ମୁକ୍ତେଶର ଶୈବପୀଠ ନିକଟରେ ଥିବା ଜଣାପଡ଼ିଥିଲା। ତେବେ ଶୁକ୍ରବାର ଅପରାହ୍ନରେ ହୋଇଥିବା ପ୍ରବଳ ବଜ୍ରପାତ ସମୟରେ ସେ ସେଠାରେ ଅଚେତ ହୋଇ ପଡ଼ିଥିଲେ।
ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ତୁରନ୍ତ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ମଧ୍ୟ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନଆସିବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ରେଶ୍ମାଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।
ଏହି ଘଟଣା ନେଇ ଏତଲା ହେବା ପରେ ଦିଗପହଣ୍ଡି ଥାନା ଆଇଆଇସି କିଶୋର କୁମାର ସାମଲ ଅପମୃତ୍ୟୁ ମାମଲା (ନଂ. ୧୬/୨୬) ରୁଜୁ କରି ତଦନ୍ତ ଆରମ୍ଭ କରିଛନ୍ତି। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଅଧିକ ସ୍ପଷ୍ଟ ହେବ ବୋଲି ଆଇଆଇସି ସୂଚନା ଦେଇଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri