ଯୁବତୀଙ୍କ ଗଳାକାଟି ହତ୍ୟା: ନଦୀପଠାରୁ ମିଳିଲା ରକ୍ତ ଜୁଡ଼ୁଜୁଡ଼ୁ ମୃତଦେହ 

ବରଗଡ଼,୬।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ  ଭଡ଼ିଗାଁ ଏବଂ ସୋହେଲା ବ୍ଲକ ଅନ୍ତର୍ଗତ ଶ୍ରୀଗିଡ଼ା ଗ୍ରାମ ମଝିରେ ପ୍ରବାହିତ ଜୀରାନଦୀ ପୋଲ ଉପରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବତୀଙ୍କୁ ନିର୍ମମଭାବେ ହତ୍ୟା କରାଯାଇଛି। ଏକ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତମାନେ ଯୁବତୀଙ୍କ ଗଳାକାଟି  ମୃତଦେହକୁ  ପୋଲ ତଳେ ଥିବା ନଦୀପଠାକୁ ଫିଙ୍ଗି ଦେଇଥଇଲେ। ଏହି ଅମାନବୀୟ କାଣ୍ଡ ଘଟାଇ ଅଭିଯୁକ୍ତମାନେ ଫେରାର୍‌ ହୋଇ ଯାଇଛନ୍ତି।
ଅନ୍ୟପକ୍ଷରେ ବୁଧବାର ସକାଳୁ ଘଟଣାସ୍ଥଳରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବତୀଙ୍କ ମୃତଦେହ ଦେଖିବା ପରେ ବରଗଡ଼ ଭଟଲି ଥାନା ଏବଂ ସଦର ଥାନା ପୋଲିସ ସେଠାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସନ୍ଧାନୀ କୁକୁର ଏବଂ ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ପୋଲିସ ତଦନ୍ତ ଚଲାଇଛି। ଘଟଣାସ୍ଥଳରୁ ପୋଲିସ ଏକ ଧାରୁଆ ଛୁରୀ ଜବତ କରିଛି। ମୃତ ଯୁବତୀଙ୍କ ପାଖରୁ ଏକ ମନିପର୍ସ, ଏଟିଏମ୍‌ କାର୍ଡ, ବସ୍‌ ଟିକେଟ ମିଳିଛି। ଯୁବତୀଙ୍କ ପରିଚୟ ମିଳି ନ ଥିବାବେଳେ ଏଟିଏମ୍‌ କାର୍ଡ ଏବଂ ବସ୍‌ ଟିକେଟରୁ ମୃତ ଯୁବତୀଙ୍କ ପରିଚୟ ମିଳିପାରେ ବୋଲି ଅନୁମାନ କରାଯାଉଛି।  ଏହା ଏକ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ ହୋଇଛି । ମୃତ ଯୁବତୀଙ୍କ ପାଖରୁ ମିଳିଥିବା ଏଟିଏମ କାର୍ଡ ଆଧାରରେ ମୃତକଙ୍କ ପରିଚୟ ଖୋଜିବା ସହିତ ଅଧିକ ତଦନ୍ତ ଚାଲିଛି ବୋଲି ବରଗଡ ଏସଡିପିଓ ପଦାରବିନ୍ଦ ତ୍ରିପାଠୀ କହିଛନ୍ତି। ତେବେ  କେତେଶୀଘ୍ର ଏହି ହତ୍ୟାକାଣ୍ଡର ପର୍ଦ୍ଦାଫାସ ସହିତ ଅଭିଯୁକ୍ତଙ୍କୁ ଧରି ପାରୁଛି, ତାହା ଏବେ ବରଗଡ଼ ପୋଲିସ ପାଇଁ ଚ୍ୟାଲେଞ୍ଜ ହୋଇ ପଡିଛି।

Enter your email to get our daily news in your inbox.

All Right Reserved By Dharitri.Com

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri