ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ ଯୁବତୀଙ୍କ ଅଶ୍ଳୀଳ ଫଟୋ ଓ ୩ ପୃଷ୍ଠାର ଚିଠି ବରପକ୍ଷ (ପୁଅଘର) ନିକଟରେ ଫିଙ୍ଗି ବାହାଘର ଭାଙ୍ଗିଦେଇଛନ୍ତି। ଏହି ଘଟଣାରେ ପୋଲିସ ସୋମବାର ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟ ଚାଲାଣ କରିଥିଲା। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ବୋଲି ଆଇଆଇସି ରଞ୍ଜନ ନାଗ ପ୍ରକାଶ କରିଛନ୍ତି। ସେ ହେଲେ ବରଗଡ଼ ଜିଲା ବୁଡ଼େନ ଥାନା ଅନ୍ତର୍ଗତ ବେହେରାଟାଲ ଗ୍ରାମର ଆଶିଷ କୁମାର ଚାନ୍ଦ (୩୭)। ସେ ବର୍ତ୍ତମାନ ବରଗଡ଼ ଜିଲା ଭଟିଲି ଛକ ଅଞ୍ଚଳରେ ରହୁଛନ୍ତି।

ଜମନକିରା ଥାନା ଅଞ୍ଚଳର ଜଣେ ଯୁବତୀଙ୍କ ସହ ଆଶିଷଙ୍କ ୫ରୁ ୬ ବର୍ଷ ଧରି ପ୍ରେମ ସମ୍ପର୍କ ରହିଥିଲା। ତେବେ ଯୁବତୀଙ୍କ ଅନ୍ୟତ୍ର ବିବାହ ପ୍ରସ୍ତାବ ଠିକ୍‌ ହେବା ପରେ ରାଗ ଓ ପ୍ରତିଶୋଧ ପରାୟଣ ହୋଇ ଆଶିଷ ଯୁବତୀଙ୍କ କିଛି ଅଶ୍ଲୀଳ ଫଟୋ ଏବଂ ଏକ ୩ ପୃଷ୍ଠାର ହାତଲେଖା ଚିଠି ପୁଅଘର ନିକଟରେ ଫିଙ୍ଗିଦେଇଥିଲେ। ଏହି ଅଶ୍ଲୀଳ ଫଟୋ ଓ ଚିଠି ଦେଖିବା ପରେ ପୁଅଘର ବିବାହ ବାତିଲକରି ଦେଇଥିଲେ। ଏ ନେଇ ଗତ ୮ ତାରିଖରେ ଯୁବତୀଙ୍କ ପରିବାର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ହେବା ପରେ ପୋଲିସ ନଂ. ୧୨୨/୨୬ରେ ମାମଲା ରୁଜୁକରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଭାରତୀୟ ନ୍ୟାୟ ସଂହିତାର ସେକ୍ସନ ୭୭/୭୯/୩୫୬(୨), ଆଇଟି ଆକ୍ଟ, ୨୦୦୦ର ସେକ୍ସନ ୬୬(ଇ) ଏବଂ ଯୁବତୀ ଅଶ୍ଲୀଳ ରୂପର ନିଷେଧ ଆଇନ, ୧୯୮୬ର ସେକ୍ସନ ୬ ଅଧୀନରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?