ଯୁବତୀଙ୍କୁ ପ୍ରେମ ନିବେଦନ କରିଥିଲେ ଯୁବକ, ଅସ୍ବୀକାର କରିବାରୁ ଭାଇରାଲ କରିଦେଲେ ଫଟୋ

ରାଉରକେଲା,୧୬।୩(ସଙ୍ଗୀତା ଜେନା): ବ୍ରାହ୍ମଣୀତରଙ୍ଗ ଥାନା ଅଞ୍ଚଳର ଜଣେ ଯୁବତୀଙ୍କ କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଯୁବତୀ ଜଣଙ୍କ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଅପରପକ୍ଷେ ଫଟୋ ଭାଇରାଲ କରିଥିବା ଅଭିଯୁକ୍ତ ଫେରାର ଅଛନ୍ତି।

ସୂଚନାନୁଯାୟୀ, ଗତ ବର୍ଷ କଳୁଙ୍ଗା ଅଞ୍ଚଳରେ ଥିବା ଏକ ପାଉଁରୁଟି ଫ୍ୟାକ୍ଟ୍ରିରେ ଉକ୍ତ ଯୁବତୀ ଓ ରାଞ୍ଚତ୍ ଅଞ୍ଚଳର ଯୁବକ କାମ କରୁଥିଲେ। ଯୁବକ ଜଣଙ୍କ ପ୍ରେମ ନିବେଦନ କରିଥିବାବେଳେ ଯୁବତୀ ସ୍ବୀକାର କରି ନ ଥିଲେ। ଫଳରେ ଦୁହିଁଙ୍କ ମଧ୍ୟରେ କଥାବାର୍ତ୍ତା ବନ୍ଦ ହୋଇଯାଇଥିଲା। ପ୍ରାୟ ୧୫ ଦିନ ତଳେ ଉକ୍ତ ଯୁବକ ଯୁବତୀଙ୍କୁ ଫୋନ୍‌ କରିଥିଲେ। ସାମାନ୍ୟ କଥାବାର୍ତ୍ତା କରିବା ପରେ ଅଭିଯୁକ୍ତ ଯୁବକ ୨୦ ହଜାର ଟଙ୍କା ନ ଦେଲେ ଉଭୟଙ୍କ ଫଟୋଗୁଡ଼ିକ ସୋସିଆଲ ମିଡିଆରେ ଭାଇରାଲ କରିବାକୁ ଧମକ ଦେଇଥିଲେ। ଯୁବତୀ ଜଣଙ୍କ ମନା କରିବାରୁ ଅଭିଯୁକ୍ତ ଫଟୋ ଗୁଡ଼ିକ ଭାଇରାଲ କରିଦେଇଥିଲେ। ଏହା ଜଣାପଡିବା ପରେ ଯୁବତୀ ଥାନାର ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବୁଧବାରଠାରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ କରିବାକୁ ଓଡିଶା ସରକାର ନିଷ୍ପତି...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

କେମେଷ୍ଟ୍ରି ପେପର ଖରାପ ହୋଇଛି ୪ ହଜାର ଟଙ୍କା ଦେଲେ ପାସ ମାର୍କ ମିଳିବ: ଆସୁଛି ଫୋନ କଲ,

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟ ବିଜ୍ଞାନ ଛାତ୍ରୀଛାତ୍ରମାନଙ୍କ ଅଭିଭାବକମାନଙ୍କୁ ଗତ ଦୁଇଦିନ ହେଲା ଏକ ଫୋନ କଲ ଆସୁଛି। ତୁମ ପିଲାର କେମେଷ୍ଟ୍ରି ପେପର ଖରାପ...

ମାଙ୍କଡ଼ କାମୁଡ଼ାରେ ୪ ଆହତ

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ)-ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ପାଗଳ ମାଙ୍କଡ଼ ଆତଙ୍କ ଖେଳାଇଛି। ସେହି ମାଙ୍କଡ଼ କାମୁଡାରେ ସୋମବାର ଓ ମଙ୍ଗଳବାର ଦୁଇ ଦିନରେ ଗ୍ରାମର...

ଦିଗପହଣ୍ଡିରେ ଶ୍ରୀ ରାମଚରିତ ମାନସ କାର୍ଯ୍ୟକ୍ରମ: ଶ୍ରୀରାମଚରିତ ସମଗ୍ର ମାନବ ଜାତିର ମାର୍ଗଦର୍ଶକ

ଦିଗପହଣ୍ଡି,୨୨|୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ଵାର ସମ୍ମୁଖରେ ଗତ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ...

ବିଶ୍ବ ଧରିତ୍ରୀ ଦିବସ ପାଳିତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି...

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ ଦାବି

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବିଶ୍ବହିନ୍ଦୁ ପରିଷଦ ଓଡ଼ିଶା ପ୍ରଦେଶର ଆହ୍ବାନକ୍ରମେ ବିଶ୍ବହିନ୍ଦୁ ପରିଷଦ ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଭଞ୍ଜନଗର ଉପଜିଲାପାଳ...

ହାତ ଗୋଡ଼ ବନ୍ଧା ଅବସ୍ଥାରେ ପୋଖରୀରୁ ମିଳିଲା ବୃଦ୍ଧାଙ୍କ ମୃତଦେହ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୨ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri