ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୪

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି ପକାଇବାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ବଡଭାଇ, ତାଙ୍କ ପୁଅ ଓ ସହଯୋଗୀଙ୍କ ଆକ୍ରମଣରେ ସାନଭାଇ ଡାକ୍ତର ଗୋଲେଖ ନାଉରୀ(୪୪)ଙ୍କ ମୃତ୍ୟୁ ଘଟିଛି। ମୃତ ଗୋଲେଖ ହୋମିଓପାଥିକ ଘରୋଇ ଚିକିତ୍ସକ ଭାବେ ଜଣାଶୁଣା ଥିଲେ। ଏ ନେଇ ଗୋଲେଖଙ୍କ ସ୍ତ୍ରୀ କଳ୍ପନା ଚୌଧୁରୀ ମହାକାଳପଡ଼ା ଥାନାରେ ବିଳମ୍ବିତ ରାତିରେ ଅଭିଯୋଗ କରିଛନ୍ତି। ଏଥିନେଇ ଦେଢଶୁର ଅଭୟ ଓ ପରିବାର ଲୋକଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଗୋଲେଖଙ୍କ ବଡ଼ଭାଇ ଅଭୟ ନାଉରୀ(୬୧), ଅଭୟଙ୍କ ସ୍ତ୍ରୀ ରାନୁବାଳା ନାଉରୀ(୬୦), ଝିଅ ରୀତା ନାଉରୀ(୨୩), ବୋହୂ ରାନୁ ଦାସ(୨୪)ଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଏହି ଘଟଣାରେ ଜଡ଼ିତ ଥିବା ଅଭୟଙ୍କ ପୁଅ ଜିତେନ୍ଦ୍ର ନାଉରୀ(୩୦) ଓ ଜ୍ୱାଇଁ ରମେଶ ସ୍ବାଇଁ(୨୫) ଫେରାର ହୋଇଯାଇଛନ୍ତି। ସେମାନଙ୍କୁ ଗିରଫ କରିବା ପାଇଁ ତନାଘନା ଚାଲିଛି ବୋଲି ପୋଲିସ କହିଛି। ଏ ନେଇ ଥାନାରେ ଭାରତୀୟ ନ୍ୟାୟ ସଂହିତା ଧାରା ୧୦୩(୧), ୧୧୫(୨) ଓ ୩(୫)ରେ ଏକ ମାମଲା (ନଂ.୧୩୯/୨୬) ରୁଜୁ ହୋଇଛି।
କେନ୍ଦ୍ରାପଡ଼ାର ଏକ ସାଇଣ୍ଟିଫିକ ଟିମ୍‌ ସହ ସବଇନ୍ସପେକ୍ଟର ତପସ୍ବିନୀ ବିଶ୍ୱାଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ଅପରାହ୍ନରେ ବ୍ୟବଚ୍ଛେଦ ହୋଇ ମୃତଦେହ ଗାଁରେ ପହଞ୍ଚିବା ପରେ ସତ୍କାର କରାଯାଇଥିଲା।
ସୂଚନାଯୋଗ୍ୟ ଯେ, ନାଉରୀ ସାହିର ଅଭୟ ନାଉରୀଙ୍କ ସହିତ ସାନଭାଇ ଡାକ୍ତର ଗୋଲେଖ ନାଉରୀଙ୍କ ବାଡ଼ି ପଛରେ ମାଟି ପକାଇବାକୁ ନେଇ ଉଚ୍ଚବାଚ ଓ ପରେ ଗଣ୍ଡଗୋଳର ରୂପ ନେଇଥିଲା। ଏଥିରେ ଉତ୍ତେଜିତ ହୋଇ ବଡ଼ଭାଇଙ୍କ ପରିବାର ସଂଘବଦ୍ଧ ଭାବେ ସାନଭାଇ ଗୋଲେଖଙ୍କୁ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କେନ୍ଦ୍ରାପଡ଼ା ଜିଲା ଚିକିତ୍ସା କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?