ବୁଢୀମା’ର ଶୁଦ୍ଧିକ୍ରିୟାକୁ ଯିବାକୁ ମନାକଲେ ବଡ଼ଭାଇ, କୁରାଢୀରେ ହାଣିଦେଲେ ସାନଭାଇ

ଆନନ୍ଦପୁର,୨୯।୪(ସୁଶାନ୍ତ କୁମାର ସାହୁ): ବୁଢୀ ମା’ର ଶୁଦ୍ଧିକ୍ରିୟାକୁ ଯିବାକୁ ମନା କରିବାରୁ ବଡଭାଇକୁ କୁରାଢୀରେ ହାଣି ପକାଇଲେ ସାନଭାଇ । ଗୁରୁତର ବଡଭାଇ ଏବେ ଡାକ୍ତରଖାନାରେ ମୃତ୍ଯୁ ସହ ସଂଗ୍ରାମ କରୁଥିବା ଜଣାପଡିଛି ।

ସୂଚନା ଅନୁସାରେ, ମଙ୍ଗଳବାର ବିଳମ୍ବିତ ରାତିରେ ଏଭଳି ଏକ ଘଟଣା ଘଟିଛି ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା କଣ୍ଟିଗଡିଆ ଗାଁରେ । ଗାଁର ଅମର ଜେନା ଖାଇ ବିଶ୍ରାମ ନେଉଥିବା ସମୟରେ ସାନ ଭାଇ ଆକାଶ ଆସି ଘରେ ପହଁଞ୍ଚି ବୁଢିମା’ର ଶୁୁଦ୍ଧିକ୍ରିୟାକୁ ଯିବାକୁ ବଡଭାଇକୁ ଡାକିଥିଲେ । ହେଲେ କ୍ଳାନ୍ତି ଯୋଗୁଁ ଅମର ଯିବାକୁ ମନା କରିବାରୁ ଏଥିରେ ଉତକ୍ଷିପ୍ତ ହୋଇ ହଠାତ୍ ସାନଭାଇ ଆକାଶ ଅମରକୁ ତଳେ ପକାଇ ତା ଛାତି ଉପରେ ବସି ଏକ କୁରାଡୀରେ ମୁଣ୍ଡ ଓ କାନ୍ଧକୁ ଚୋଟ ପରେ ଚୋଟ ମାରି ଦେଇଥିଲେ ।

ପରିବାର ଲୋକେ ତାକୁ ପ୍ରଥମେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ପ୍ରବଳ ରକ୍ତସ୍ରାବ ଯୋଗଁ ତାଙ୍କ ଅବସ୍ଥା ଅତି ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସାପରେ ତାଙ୍କୁ କଟକ ପଠାଯିବ ବୋଲି ଡାକ୍ତର କହିଛନ୍ତି । ଏହି ଘଟଣା ନେଇ ଖବରପାଇ ପୋଲିସ୍ ତଦନ୍ତ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ କାର୍ଯ୍ୟକ୍ରମ: ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା ପାଇଁ ମନା କରିବାରୁ…

କେସିଙ୍ଗା,୧୮ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବ୍ଲକ ସ୍ତରୀୟ ଜାତି ଜନଜାତି ସମ୍ବାଦ କାର୍ଯ୍ୟକ୍ରମ…

ଜଳିଗଲା EV ଶୋ’ରୁମ୍‌, ପୋଡ଼ି ଛାରଖାର ହେଲା EV ଗାଡ଼ି

ନୂଆଦିଲ୍ଲୀ,୧୮।୬:  ଗୁଜରାଟର ସୁରଟ ସହରରେ ଗୁରୁବାର ସକାଳେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଅନେକ ବୈଦ୍ୟୁତିକ ଯାନ (EV) ନଷ୍ଟ ହୋଇଯାଇଥିବା ବେଳେ ଏକ ଇଭି…

ପାଠ୍ୟପୁସ୍ତକ ତ୍ରୁଟି: ଆସନ୍ତାବର୍ଷକୁ ଆଉ ଭୁଲ୍‌ ହେବନି କହିଲେ SCERT ନିର୍ଦ୍ଦେଶିକା

ଭୁବନେଶ୍ୱର,୧୮ା୬: ପାଠ୍ୟ ପୁସ୍ତକ ତ୍ରୁଟିକୁ ନେଇ SCERT ନିର୍ଦ୍ଦେଶିକା କହିଛନ୍ତି ଏଥର ଭୁଲ୍‌ ହୋଇଯାଇଛି। ଆସନ୍ତା ବର୍ଷକୁ ଭୁଲ ହେବନି ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନିର୍ଦ୍ଦେଶିକା। ଡିଇଓମାନଙ୍କୁ…

ଶସ୍ତା ହେବ କି ପେଟ୍ରୋଲ? ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ପରେ ଭାରତ ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଚୁକ୍ତି ହେବା ପରଠାରୁ ହିଁ ଅଶୋଧିତ ତୈଳ (କ୍ରୁଡ ଅଏଲ) ମୂଲ୍ୟରେ କ୍ରମାଗତ ହ୍ରାସ ଘଟୁଛି, କିନ୍ତୁ ଏହା ପରେ…

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଉତ୍ସବ: ୭ ଦିନ ବ୍ୟାପୀ ବ୍ଲକ, ପଞ୍ଚାୟତରେ ଚାଲିବ…

ଭଞ୍ଜନଗର,୧୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଅବସରରେ ସପ୍ତାହ ବ୍ୟାପୀ ବ୍ଲକ ଓ ପଞ୍ଚାୟତରେ ବିଭିନ୍ନ ସଚେତନତା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ସରପଞ୍ଚ ମହାସଂଘ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦେଲେ ଦାବିପତ୍ର

ଛତ୍ରପୁର, ୧୮।୬ (ଦିଲ୍ଲୀପ ସାମଲ ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ମହାକାଳପୁର ପଞ୍ଚାୟତ ସମିତି ଅଧୀନ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲି ଓଝାଙ୍କ ପ୍ରତି ହୋଇଥିବା…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କେଉଁଠି କ’ଣ ରହିଛି କାର୍ଯ୍ୟସୂଚୀ…

ଭୁବନେଶ୍ୱର,୧୮ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବେ। କାଲି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri