ଭାଇର ହତ୍ୟାକାରୀ ସାଜିଲା ଭାଇ

ଭେଡ଼େନ,୨୬।୬(ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ତାଲମେଣ୍ଡା ପଞ୍ଚାୟତ ଅନ୍ତର୍ଗତ ସାନପିପିଲିପାଲି ଗ୍ରାମରେ ନିଜ ବଡ଼ ଭାଇକୁ ହତ୍ୟା ଅଭିଯୋଗରେ ରବି ପଧାନ (୩୬)ଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି । ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ।
ପ୍ରକାଶ ଯେ, ଭେଡ଼େନ ଥାନା ଅନ୍ତର୍ଗତ ସାନପିପିଲିପାଲି ଗ୍ରାମର ଏକ ବନ୍ଦ କୋଠରୀରୁ ମଣ୍ଟୁ ପଧାନ(୪୦)ଙ୍କ ରକ୍ତାକ୍ତ ମୃତଦେହକୁ ପୋଲିସ ରବିବାର ଜବତ କରିଥିଲା। ଏହାସହ ମାଜିଷ୍ଟ୍ରେଟଙ୍କ ଉପସ୍ଥିତରେ ସାଇଣ୍ଟିଫିକ୍‌ ଟିମ୍‌ ଏବଂ ଅନୁସନ୍ଧାନୀ କୁକୁର ସାହାଯ୍ୟରେ ଘଟଣାର ଛାନଭିନ୍‌ କରିଥିଲା। ପାରିପାର୍ଶ୍ୱିକ ସ୍ଥିତି ଏବଂ ମୃତକଙ୍କ ମୁଣ୍ଡରେ ରହିଥିବା ଗଭୀର କ୍ଷତଚିହ୍ନରୁ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାରିଥିଲା। ଘଟଣାସ୍ଥଳରୁ ପୋଲିସ ଏକ ରକ୍ତଲଗା କାଠ ଫାଳିଆ ଜବତ କରିବା ସହ ଭେଡ଼େନ ଥାନାରେ ଏକ ମାମଲା (ନଂ.୧୯୮।୨୩) ରୁଜୁ କରିଥିଲା। ମୃତକଙ୍କ ସାନ ଭାଇ ରବିଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରିବାରୁ ସେ ହତ୍ୟା କରିଥିବା ସ୍ବୀକାର କରିଛନ୍ତି ବୋଲି ଥାନାଧିକାରୀ ପ୍ରେମଜିତ ଦାଶ ସୂଚନା ଦେଇଛନ୍ତି ।
ଥାନାଧିକାରୀ ଦାଶଙ୍କ ସୂଚନା ଅନୁସାରେ, ମୃତକଙ୍କ ସ୍ତ୍ରୀ ବାପଘରକୁ ଚାଲିଯିବା ପରେ ମଣ୍ଟୁ ଓ ରବି ଏକାଠି ରହୁଥିଲେ। ଶନିବାର ସନ୍ଧ୍ୟାରେ ରବି ପ୍ରଚୁର ମଦ୍ୟପାନ କରି ଘରକୁ ଆସିଥିଲେ। ଏହି ସମୟରେ ମଣ୍ଟୁ ଏତେବେଳେ ଘରକୁ ଫେରୁଛୁ କହି ରୋଷେଇ ପାଇଁ ରବିଙ୍କୁ ପାଣି ଆଣିବାକୁ କହିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ରବି ଏକ କାଠ ଫାଳିଆରେ ମଣ୍ଟୁଙ୍କ ମୁଣ୍ଡରେ ପ୍ରହାର କରିଥିଲା । ଫଳରେ ଘଟଣାସ୍ଥଳରେ ମଣ୍ଟୁଙ୍କ ମୃତ୍ୟୁ ହୋଇଥିଲା ବୋଲି ଥାନାଧିକାରୀ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri