ବଡ଼ ଭାଇର ପ୍ରେମ ପାଇଁ ସାନ ଭାଇକୁ ଗୁଳି: ପାଣ୍ଡରାସିଙ୍ଗାରେ ରାସ୍ତାରୋକ, ହତ୍ୟାକାଣ୍ଡକୁ ନେଇ ତୀବ୍ର ଉତ୍ତେଜନା

ଗଣିଆ,୧୫।୬: ନୟାଗଡ଼ ଜିଲାର ଗଣିଆ ଅଞ୍ଚଳରେ ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କ ହତ୍ୟା ଘଟଣାକୁ ନେଇ ସୋମବାର ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। କଣ୍ଟିଲୋ–ଗଣିଆ ମୁଖ୍ୟ ରାସ୍ତାର ପାଣ୍ଡରାସିଙ୍ଗା ଛକ ନିକଟରେ ମୃତକଙ୍କ ପରିବାର ଲୋକ ଓ ଗ୍ରାମବାସୀ ରାସ୍ତାରୋକ କରିଥିଲେ। ଘଟଣାରେ ସଂପୃକ୍ତ ଥିବା ଅଭିଯୋଗରେ ଅଭିଯୁକ୍ତଙ୍କ ଶାଶୁଘର ଓ ବାପଘର ପରିବାରର ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ ଗିରଫ କରିବାକୁ ଦାବି କରାଯାଇଥିଲା।

ପୋଲିସ ଗଣିଆ ଗୁଳିକାଣ୍ଡର ମୁଖ୍ୟ ଅଭିଯୁକ୍ତ ଦିଲ୍ଲୀପ କୁମାର ମନ୍ତ୍ରୀଙ୍କୁ ଗିରଫ କରିଥିବା ସତ୍ତ୍ୱେ ଆନ୍ଦୋଳନକାରୀମାନେ ରାସ୍ତାରୋକରୁ ହଟି ନ ଥିଲେ। ଖଣ୍ଡପଡ଼ା ଏସ୍‌ଡିପିଓ ସରୋଜ ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜ୍ୟୋତି ରଞ୍ଜନ ସାମନ୍ତରାୟ ଏବଂ ଦଶପଲ୍ଲା ବିଧାୟକ ରମେଶ ବେହେରା ଘଟଣାସ୍ଥଳରେ ପହଞ୍ଚି ଆଲୋଚନା କରିଥିଲେ ମଧ୍ୟ ଆନ୍ଦୋଳନ ଜାରି ରହିଥିଲା।

ଘଟଣାର ପ୍ରାଥମିକ ତଦନ୍ତରୁ ଏହା ଏକ ପ୍ରେମ ସମ୍ପର୍କଜନିତ ହତ୍ୟାକାଣ୍ଡ ବୋଲି ଜଣାପଡ଼ିଥିବା ଖଣ୍ଡପଡ଼ା ଏସ୍‌ଡିପିଓ ସରୋଜ ସାହୁ ସୂଚନା ଦେଇଛନ୍ତି। ତାଙ୍କ କହିବା ଅନୁସାରେ, ଅଭିଯୁକ୍ତ ଦିଲ୍ଲୀପ କୁମାର ମନ୍ତ୍ରୀଙ୍କ ପତ୍ନୀଙ୍କ ସହ ମୃତକଙ୍କ ବଡ଼ ଭାଇଙ୍କର ବିବାହ ପୂର୍ବରୁ ପ୍ରେମ ସମ୍ପର୍କ ଥିଲା। କିନ୍ତୁ ସେହି ସମ୍ପର୍କ ବିବାହରେ ପରିଣତ ହୋଇପାରି ନଥିଲା। ପରେ ମହିଳାଙ୍କୁ ନେଇ ମୃତକଙ୍କ ବଡ଼ ଭାଇ ଫେରାର ହୋଇଥିବା ଘଟଣାକୁ କେନ୍ଦ୍ର କରି ଉଭୟ ପରିବାର ମଧ୍ୟରେ ଦୀର୍ଘଦିନ ଧରି ମନୋମାଳିନ୍ୟ ଲାଗି ରହିଥିଲା।

ଏହି ପୂର୍ବ ଶତ୍ରୁତା ଓ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ରବୀନ୍ଦ୍ରଙ୍କୁ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ଯେଉଁ ବ୍ୟକ୍ତିଙ୍କ ସହ ପ୍ରେମ ସମ୍ପର୍କକୁ ନେଇ ବିବାଦ ଥିଲା, ତାଙ୍କ ପରିବର୍ତ୍ତେ ସାନ ଭାଇ ରବୀନ୍ଦ୍ର ଗୁଳିର ଶିକାର ହୋଇଥିବା ଚର୍ଚ୍ଚା ହେଉଛି।

ସୂଚନାଯୋଗ୍ୟ ଯେ, ଗଣିଆ ଥାନା ଅନ୍ତର୍ଗତ ପତୁରିଆ ଗାଁର ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କୁ ରବିବାର ରାତିରେ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା କରିଥିଲେ। ଏହି ଘଟଣା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଥିବା ବେଳେ ପୋଲିସ ତଦନ୍ତକୁ ଜୋରଦାର କରିଛି। ଘଟଣାରେ ଅନ୍ୟ କାହାର ସମ୍ପୃକ୍ତି ରହିଛି କି ନାହିଁ, ସେନେଇ ମଧ୍ୟ ଖୋଳତାଡ଼ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ମାଛ ଜାଲରେ ଫସିଲା ବିରାଟକାୟ ଅଜଗର

ବୀରମହାରାଜପୁର, ୧୦/୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ସଦେଇପୁର ଗାଁ ନିକଟସ୍ଥ ଏକ ପୋଖରୀରେ ମାଛ ଧରିବା ପାଇଁ…

ରାଜ୍ୟ ପାଇଁ ଖୁସି ଖବର: ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୮ ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ରାଜେଶ ମହାରଣା, ତାଙ୍କ ସମର୍ଥକ

ଛତ୍ରପୁର, ୧୦।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀର ଯୁବ ନେତା ରାଜେଶ ମହାରଣା ଓ ତାଙ୍କ ସମର୍ଥକମାନେ ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

ଓଲଟିଲା କୋଇଲା ବୋଝେଇ ଟ୍ରକ୍‌, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍‌

ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍‌ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର…

ସରକାରୀ କାର୍ଯ୍ୟକ୍ରମରେ ତାମିଲ ସଙ୍ଗୀତ ଗାନ ବାଧ୍ୟତାମୂଳକ; ତାମିଲନାଡୁ ବିଧାନସଭାରେ ପ୍ରସ୍ତାବ ଉପସ୍ଥାପିତ; ସମର୍ଥନ କଲେ DMK-AIADMK

ଚେନ୍ନାଇ,୧୦।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ଏହି ପ୍ରସ୍ତାବ ଅନୁଯାୟୀ, ରାଜ୍ୟ ସାରା ସରକାରୀ କାର୍ଯ୍ୟ ଆରମ୍ଭରେ…

ଅଧିକ ସମୟ ଭିଡିଓଗେମ୍‌ ଖେଳୁଥିଲେ…

ଭିଡିଓ ଗେମ୍‌ ଖେଳିବା ଆଜିକାଲି ଯୁବପିଢ଼ିଙ୍କର ଏକ ଅଭ୍ୟାସରେ ପରିଣତ ହୋଇଯାଇଛି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri