ସାନ ଭାଇଙ୍କୁ କୁରାଢ଼ିରେ ହାଣିଦେଲେ

ଠାକୁରମୁଣ୍ଡା,୯।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅଧୀନ ତାଳପଦା ପଞ୍ଚାୟତ ସରାସପୋଷୀ ଗ୍ରାମରେ ମଙ୍ଗଳବାର ବଡ଼ ଭାଇର କୁରାଢ଼ି ଚୋଟରେ ସାନ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଲକ୍ଷ୍ମୀଧର ନାଏକ(୫୦)। ଅଭିଯୁକ୍ତ କକା ପୁଅ ଭାଇ କୃଷ୍ଣ ନାଏକ ଫେରାର ହୋଇଯାଇଛନ୍ତି।

ସୂଚନା ଅନୁଯାୟୀ, ଗାଁ ମଝିରେ ଥିବା ଏକ ଦୋକାନ ସମ୍ମୁଖରେ ଲକ୍ଷ୍ମୀଧର ଛିଡ଼ା ହୋଇଥିବା ବେଳେ ତାଙ୍କ କକା ପୁଅ ଭାଇ କୃଷ୍ଣ ହଠାତ ଏକ କୁରାଢ଼ି ଧରି ଅତର୍କିତ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ଲକ୍ଷ୍ମୀଧରଙ୍କର ମୃତ୍ୟୁ ହୋଇଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି। ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri