କଟକରେ କରୋନାର ବିପରୀତ ଚିତ୍ର: ଅଧିକ ଆକ୍ରାନ୍ତ ହେଉଛନ୍ତି ଯୁବପିଢ଼ି

କଟକ ଅଫିସ,୧୬ା୮- ବୟସ୍କ ଓ ଶିଶୁମାନେ କରୋନା ଭୂତାଣୁର ଶିକାର ଶୀଘ୍ର ହୁଅନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ କହିଆସିଛି। କିନ୍ତୁ କଟକ ସହରରେ ଏହାର ବିପରୀତ ଚିତ୍ର ସାମ୍ନାକୁ ଆସିଛି। ଏଠାରେ ବୟସ୍କ ଓ ଶିଶୁଙ୍କ ଅପେକ୍ଷା ଯୁବପିଢ଼ି ଅଧିକ ସଂଖ୍ୟାରେ କରୋନା ସଂକ୍ରମିତ ହୋଇଛନ୍ତି। ସହରରେ ବର୍ତ୍ତମାନ ୮୨୨ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ବର୍ଷରୁ କମ୍‌ ବୟସ ଭିତରେ ୧୨୪ ଜଣ ଆକ୍ରାନ୍ତ ଥିବାବେଳେ ୨୧ରୁ ୪୦ ବର୍ଷ ଭିତରେ ୩୭୫, ୪୧ରୁ ୬୦ ଭିତରେ ୨୬୧ ଓ ୬୦ରୁ ଅଧିକ ବୟସ୍କଙ୍କ ମଧ୍ୟରେ ମାତ୍ର ୬୨ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। କଟକ ମହାନଗର ନିଗମର କମିଶନର ଅନନ୍ୟା ଦାସ ରବିବାର ଏହି ସୂଚନା ଦେଇଛନ୍ତି।
ଗତ ସପ୍ତାହ (୮ରୁ ୧୪ ଅଗଷ୍ଟ) ଭିତରେ କଟକ ସହରର ସ୍ଥିତି ନେଇ କମିଶନର କହିଛନ୍ତି, ଏହି ସମୟରେ ୬୦୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କଣ୍ଟେନ୍‌ମେଣ୍ଟ ଜୋନରୁ ୧୬୫, ଗୃହ ସଙ୍ଗରୋଧରୁ ୧୭୪, ସରକାରୀ ସଙ୍ଗରୋଧରୁ ୧୨୭ ଓ ସ୍ଥାନୀୟ ଆକ୍ରାନ୍ତ ଭାବେ ୧୩୯ ଜଣ ରହିଛନ୍ତି। ଅନ୍ୟପକ୍ଷରେ ସହରରେ କରୋନା ପରୀକ୍ଷା ବଢ଼ାଇବାକୁ ଗୁରୁତ୍ୱ ଦିଆଯାଉଛି। ବର୍ତ୍ତମାନ ସିଡିଏ ଓ ଚାଉଳିଆଗଞ୍ଜ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଆର୍‌ଟି-ପିସିଆର୍‌ ଟେଷ୍ଟିଂ ହେଉଛି। ସେହିଭଳି ୫ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଯଥା ଜଗତପୁର, ନୟାବଜାର, ବାମ୍ପକୁଦ, ବିଡ଼ାନାସୀ ଓ ଷଣ୍ଢପୁରରେ ଆଣ୍ଟିଜେନ୍‌ ଟେଷ୍ଟ କରାଯାଉଛି। ସହରର ବଳକା ୫ଟି ସ୍ବାସ୍ଥ୍ୟକେନ୍ଦ୍ରରେ ଖୁବ୍‌ ଶୀଘ୍ର ଆଣ୍ଟିଜେନ୍‌ ଟେଷ୍ଟିଂ ସୁବିଧା ଉପଲବ୍ଧ ହେବ। ସହରବାସୀ ଅଧିକରୁ ଅଧିକ ସଂଖ୍ୟାରେ ଟେଷ୍ଟିଂ କରିବାକୁ ସେ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?