ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ ହେବାକୁ ଯାଇଥିବା ସମୟରେ ସାନ ଭଉଣୀକୁ ଅଭିଯୁକ୍ତମାନେ ନେଇ ଗଣବଳାତ୍କାର ହୋଇଥିବା ବେଳେ ପୋଲିସ ଏହାକୁ ଖଣ୍ଡନ କରିଛି ।

ପୀଡିତାର ବାପାଙ୍କ ଏତାଲା କ୍ରମେ ପୋଲିସ ଏକ ଅପହରଣ ଓ ବଳାତ୍କାର ମାମଲା (କେସସନଂ ୧୯୦/୨୬)ରେ ରୁଜୁ କରି ମୁଖ୍ଯ ଅଭିଯୁକ୍ତ ଏସ୍‌.କେ. ମକବୁଲକୁ ଗିରଫ କରି କୋର୍ଟ ଚାଲାଣ କକିଛି । ତେବେ ଘଟଣାରେ ସମ୍ପୃକ୍ତ ଥିବା ୨ଜଣ ଏସ୍‌.କେ. ଟିପୁ ଓ ଏସ୍‌.କେ. ଓମାନଙ୍କୁ ଅଟକ ରଖି ପଚରା ଉଚୁରା କରୁଛି ।
ସୂଚନାଯୋଗ୍ଯ, ରବିବାର ଅପରାହ୍ନରେ ଦୁଇ ଭଉଣୀ ଶୌଚ ପାଇଁ ନିକଟସ୍ଥ ନଦୀକୁ ଯାଇଥିଲେ । ଏହି ସମୟରେ ୪ ଯୁବକ ସେଠାରେ ପହଞ୍ଚି ସାନ ଭଉଣୀକୁ ବଳପୂର୍ବକ ଉଠାଇ ନେଇ ବାଇକ ଯୋଗେ ନେଇଯାଇଥିଲେ । ଏହି ଘଟଣାକୁ ନେଇ ବଡ ଭଉଣୀ ପରିବାର ଲୋକକୁ ଜଣାଇବା ପରେ ବହୁ ଖୋଜାଖୋଜି କରିଥିଲେ । ରାତି ପାଖାପାଖି ୧୦ଟା ସମୟରେ ଅଭିଯୁକ୍ତମାନେ ଘର ନିକଟସ୍ଥ ସ୍ଥାନରେ ଛାଡି ଦେଇ ପଳାଇଥିଲେ । ଚେତାଶୂନ୍ଯ ଅବସ୍ଥାରେ ଝିଅକୁ ପାଇ ପରିବାର ଲୋକେ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଚେତା ଫେରିବା ପରେ ପୀଡିତାର ବୟାନକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଥିଲା ।
ମାମଲାରେ ୨ ଜଣଙ୍କୁ ଅଟକ ରଖି ରାଇରଙ୍ଗପୁର ପୋଲିସ ପଚରାଉଚରା କରୁଛି । ଏନେଇ ଅତିରିକ୍ତ ଏସପି ଦୀପକ ଗୋଚ୍ଛାୟତ କହନ୍ତି, ନାବାଳିକା ଜଣଙ୍କୁ ତାଙ୍କର ଜଣେ ପୁରୁଷ ବନ୍ଧୁ ମୋଟର ସାଇକେଲରେ ଏକ ନିଛାଟିଆ ସ୍ଥାନକୁ ନେଇ ଯୌନ ନିର୍ଯାତନା ଦେଇଥିଲେ । ଅନ୍ୟ ତିନିଜଣ ଯୁବକ ତାଙ୍କୁ ଏଥିରେ ସହଯୋଗ କରିଥିବା ନେଇ ତଦନେତ ଜାରି ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

ତେନ୍ଦୁଲକର, ରୋହିତଙ୍କୁ ପଛରେ ପକାଇଲେ ବିରାଟ! ଟପ୍‌-୫ ବ୍ୟାଟରଙ୍କ ତାଲିକା ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୪।୯: ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ୨୭ ସେପ୍ଟେମ୍ବରରୁ ଆରମ୍ଭ ହେବ ୩ ମ୍ୟାଚର ରୋମାଞ୍ଚକର ଦିନିକିଆ ସିରିଜ। କ୍ୟାରିବିୟାନ ଦଳ ବିପକ୍ଷରେ ଭାରତ ମଇଦାନକୁ ଓହ୍ଲାଇଲେ ପ୍ରଶଂସକଙ୍କ ନଜର…

ଅଲୋଡା ରେକର୍ଡ କଲେ ଅଭିଷେକ ଶର୍ମା: ଟି-୨୦ରେ ଓପନର ଭାବେ…

ସାନୋ, ୨୩।୯: ଜାପାନ ବିପକ୍ଷ ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର୍‌ ଅଭିଷେକ ଶର୍ମାଙ୍କ ପାଇଁ ନିରାଶାଜନକ ରହିଛି। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ…

କ୍ରିକେଟରେ ଖେଳିଗଲା ଚାଞ୍ଚଲ୍ୟ! ୨ ବଳାତ୍କାର ଅଭିଯୋଗରେ ଖେଳାଳି ନିଲମ୍ବିତ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡର ଘରୋଇ କ୍ରିକେଟରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏସେକ୍ସ କାଉଣ୍ଟି କ୍ରିକେଟ କ୍ଲବର ୨୪ ବର୍ଷୀୟ ବ୍ୟାଟର ରବିନ ଦାସଙ୍କ ବିରୋଧରେ ଦୁଇଟି…

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର…

କେତୁଙ୍କ ନକ୍ଷତ୍ର ବଦଳିବା ମାତ୍ରେ ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ପଦୋନ୍ନତି! ସବୁ କ୍ଷେତ୍ରରେ ପାଇବେ ଲାଭ ହିଁ ଲାଭ

ବୈଦିକ ଜ୍ୟୋତିଷରେ କେତୁଙ୍କୁ ରହସ୍ୟ, ଆଧ୍ୟାତ୍ମିକତା, ଗବେଷଣା ଓ ବୈରାଗ୍ୟ ସହ ଜଡ଼ିତ ଗ୍ରହ ଭାବେ ମନାଯାଏ। ନଭେମ୍ବର ଶେଷରେ କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ ହେବାକୁ ଯାଉଛି।…

ମ୍ୟାଚ୍‌ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ କୋଚ: ଆମେ ଚାପ….

କରାଚି,୨୪।୯: ଏସିଆନ ଗେମ୍ସ ୨୦୨୬ରେ ପାକିସ୍ତାନ କ୍ରିକେଟ ଟିମ ଆସନ୍ତା ସେପ୍ଟେମ୍ବର ୨୮ ରୁ ନିଜ ଅଭିଯାନ ଆରମ୍ଭ କରିବ। ତେବେ କ୍ୱାର୍ଟର ଫାଇନାଲରେ ପାକିସ୍ତାନ କେଉଁ…

ଦଳେଇଗୁଡ଼ା ସ୍କୁଲକୁ ଆକସ୍ମିକ ଗସ୍ତ କଲେ ଅତିରିକ୍ତ ଜିଲ୍ଲାପାଳ, ଯାଞ୍ଚ କଲେ ଖାଦ୍ୟର ଗୁଣବତ୍ତା

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ ): ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ପାଇଁ ଉପଲବ୍ଧ ବ୍ୟବସ୍ଥା, ଖାଦ୍ୟର ଗୁଣବତ୍ତା ଏବଂ ସରକାରୀ ନିର୍ଦ୍ଧାରିତ ମାନଦଣ୍ଡର ଅନୁପାଳନ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?