ଯୁବକମାନଙ୍କ ପାଖରେ ନାହିଁ ଖେଳ ସାମଗ୍ରୀ

ନୂଆଗାଁ,୧୮ା୧(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକର ଯୁବକମାନଙ୍କ ପାଖରେ ଖେଳିବା ପାଇଁ ଆବଶ୍ୟକ ସରଞାମ ନାହିଁ। ତେଣୁ ଯୁବକମାନେ କ୍ରିକେଟ ଖେଳିବା ସମୟରେ କିଛି ଇଟା ଓ କାଠିକୁ ଉଇକେଟ୍‌ ଭାବେ ବ୍ୟବହାର କରି ଖେଳୁଥିବା ଅଭିଯୋଗ ହେଉଛି।
କ୍ରୀଡା କ୍ଷେତ୍ରରେ ବିକାଶ ଆଣିବା ସହ ଯୁବତୀଯୁବକମାନଙ୍କ ଶାରିରୀକ ବିକାଶ ପାଇଁ ସରକାର କ୍ରୀଡ଼ା ପ୍ରତି ଗୁରୁତ୍ୱ ଦେଉଛନ୍ତି। ବିଭିନ୍ନ ଯୋଜନା ମାଧ୍ୟମରେ କ୍ରୀଡ଼ାର ବିକାଶ ପାଇଁ ଅନୁଦାନ ଦିଆଯାଉଛି। ସରକାର କ୍ରୀଡ଼ା ପାଇଁ ବହୁ ପରିମାଣର ଅର୍ଥ ବ୍ୟୟ କରୁଥିଲେ ମଧ୍ୟ ତାହା ଲୋକଙ୍କ ପାଖରେ ପହଞ୍ଚତ୍ ପାରୁ ନାହିଁ କିମ୍ବା ଯୁବତୀ ଯୁବକମାନେ ତାହାର ସୁଫଳ ପାଇ ପାରୁ ନ ଥିବା ଅଭିଯୋଗ ହେଉଛି। ନୂଆ -ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ କ୍ରୀଡା ନିମନ୍ତେ ପ୍ରତି କଲେଜକୁ ୩ ଲକ୍ଷ ଟଙ୍କା ଅନୁଦାନ ଦିଆଯାଇଛି। ସେହିପରି ବ୍ଲକସ୍ତରରେ କ୍ରୀଡ଼ା ପ୍ରତିଯୋଗିତା ନିମନ୍ତେ ପ୍ରତି ବ୍ଲକକୁ ୯ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ପଞ୍ଚାୟତସ୍ତରରେ କ୍ରୀଡା ସାମଗ୍ରୀ କିଣିବା ପାଇଁ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପ୍ରତି ପଞ୍ଚାୟତକୁ ୨.୫୦ ଲକ୍ଷ ଟଙ୍କା ଅନୁଦାନ ଦିଆଯାଇଛି। ହେଲେ ଏତେ ସବୁ ଅନୁଦାନ ଦେଲା ପରେ ମଧ୍ୟ ନୁଆଗାଁ ଯୁବକମାନଙ୍କ ପାଖରେ ଖେଳ ସାମଗ୍ରୀର ଅଭାବ ଯୋଗୁ ସେମାନେ ଇଟା ଓ କାଠିକୁ ଉଇକେଟ୍‌ କରି କ୍ରିକେଟ ଖେଳୁଛନ୍ତି। ସେହିପରି ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ପାଇଁ ଫୁଟବଲ ଖେଳ ଅଭ୍ୟାସ କରିବା ନିମନ୍ତେ ଆବଶ୍ୟକ ସରଞ୍ଜାମ ଜୋତା, ନେଟ, ବଲ୍‌ ଆଦି ନ ଥିବାରୁ ସେମାନେ ନିଜକୁ ପ୍ରସ୍ତୁତ କରି ପାରି ନ ଥିବା ଅଭିଯୋଗ କରିଛନ୍ତି। ଏପରିକି ଖେଳ ସାମଗ୍ରୀ ଅଭାବରୁ ନୂଆଗାଁ ବ୍ଲକସ୍ତରୀୟ କ୍ରୀଡା ପ୍ରତିଯୋଗିତା ନିମନ୍ତେ ହକି, ମହିଳା ଖୋଖୋ ପାଇଁ ଟିମ୍‌ ହୋଇ ପାରି ନ ଥିଲା। ନୂଆଗାଁ ବ୍ଲକରେ ଅକ୍ଟୋବର ୧୩ରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରି ୧୧ କୋଟି ଟଙ୍କା ଅନୁଦାନ ଘୋଷଣା କରିଥିଲେ। ସେଥିମଧ୍ୟରୁ ପ୍ରତି ପଞ୍ଚାୟତକୁ ୨.୫୦ ଲକ୍ଷ ଭାବେ ମୋଟ ୫୫ ଲକ୍ଷ ଟଙ୍କା ଅନୁଦାନ ଘୋଷଣା ହୋଇଥିଲେ ମଧ୍ୟ ଅଦ୍ୟାବଧି କ୍ରୀଡା ସାମଗ୍ରୀ କିଣା ଯାଇନାହିଁ। ଯାହାକୁ ନେଇ ଯୁବକମାନଙ୍କ ମନରେ ଅସନ୍ତୋଷ ଦେଖା ଦେଇଛି। ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ଯୋଗାଇ ଦେବାକୁ ଥିବା ଖେଳ ସାମଗ୍ରୀ ନ ଦେବା ବାବଦରେ ନୂଆଗାଁ ବିଡିଓ ବାସୁଦେବ ନାୟକଙ୍କୁ ପଚାରିବାରେ ଯୁବକମାନଙ୍କ ପାଇଁ କ୍ରୀଡା ଓ କ୍ରୀଡା ସାମଗ୍ରୀ ଅତ୍ୟନ୍ତ ଜରୁରୀ। ତେଣୁ ଯଥାଶୀଘ୍ର ଖେଳ ସାମଗ୍ରୀ ଯୋଗାଇ ଦିଆଯିବ ବୋଲି ବିଡିଓ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri