Posted inଖେଳ

ପାକିସ୍ତାନର ବ୍ୟାଟିଂ କୋଚ୍‌ ପଦରୁ ହଟିଲେ ପୂର୍ବତନ ଅଧିନାୟକ

କରାଚୀ,୨୨।୬: ପୂର୍ବତନ ଅଧିନାୟକ ୟୁନିସ ଖାନ ପାକିସ୍ତାନ ଦଳର ବ୍ୟାଟିଂ କୋଚ୍‌ ପଦରୁ ଓହରି ଯାଇଛନ୍ତି। ତାଙ୍କର ଏଭଳି ନିଷ୍ପତ୍ତି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)କୁ ଚମକାଇ ଦେଇଛି। ତେବେ ବ୍ୟାଟିଂ କୋଚ୍‌ ପଦରୁ ହଟିବାର କାରଣ ୟୁନିସ କିମ୍ବା ପିସିବି ପକ୍ଷରୁ କୁହାଯାଇନାହିଁ।

ପାକିସ୍ତାନ ଦଳ ଆସନ୍ତା ୨୫ ତାରିଖରେ ୟୁକେ ଗସ୍ତ କରିବ। ସେଠାରେ ଇଂଲଣ୍ଡ ସହ ୩ ଲେଖାଏ ଦିନିକିଆ ଓ ଟି୨୦ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଖେଳିବ। ତା’ ପରେ ଜୁଲାଇ ୨୧ରେ ପାକିସ୍ତାନ ଟିମ ଓ୍ବେଷ୍ଟଇଣ୍ଡଜ ଯାଇ ୫ଟି ଟି୨୦ ଓ ଦୁଇ ଟିକିଆ ଟେଷ୍ଟ ସିରିଜ୍‌ ଖେଳିବାର କାର୍ଯ୍ୟସୂଚୀ ରହିଛି।

ବ୍ୟାଟିଂ କୋଚ୍‌ଙ୍କ ବିନା ପାକିସ୍ତାନ ଦଳ ୟୁକେ ଗସ୍ତ କରିବ। ଓ୍ବେଷ୍ଟଇଣ୍ଡିଜ ଗସ୍ତ ପୂର୍ବରୁ ନୂଆ ବ୍ୟାଟିଂ କୋଚ୍‌ ନିଯୁକ୍ତ କରାଯିବ ବୋଲି ପିସିବି ପକ୍ଷରୁ କୁହାଯାଇଛି। ତେବେ ୟୁନିସ ନିଜ ପଦ ନେଇ ଖୁସି ନ ଥିଲେ। ଖେଳାଳିଙ୍କ ଚୟନ ପ୍ରକ୍ରିୟାରେ ସେ ସାମିଲ ହେବାକୁ ଚାହୁଁଥିଲେ ବୋଲି ସୂତ୍ରରୁ ଜଣାପଡ଼ିଛି। ତାଙ୍କୁ ଗତବର୍ଷ ନଭେମ୍ବରରେ ନିଯୁକ୍ତ କରାଯାଇଥିଲା। ୨୦୨୨ ଆଇସିସି ଟି୨୦ ବିଶ୍ୱକପ୍‌ ପର୍ଯ୍ୟନ୍ତ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଥିଲା।

ତେବେ ପିସିବି ସହ ୟୁନିସଙ୍କ ବିବାଦ ବହୁ ପୁରୁଣା। ପିସିବି ଚେୟାରମ୍ୟାନଙ୍କ ସହ ସାକ୍ଷାତ୍‌ ନ କରିପାରିବାରୁ ୨୦୦୭ ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ପାକିସ୍ତାନ ଦଳର ନେତୃତ୍ୱ ନେବାକୁ ସେ ମନା କରି ଦେଇଥିଲେ। ୨୦୦୯ରେ କିଛି ଖେଳାଳିଙ୍କ ସହ ବିବାଦ ପରେ ଅଧିନାୟକ ପଦରୁ ହଟି ଯାଇଥିଲେ ୟୁନିସ। ଏପରି କି ତାଙ୍କ କ୍ୟାରିୟର ଶେଷ ହେଲା ପରେ ପିସିବି ପକ୍ଷରୁ ଦିଆଯାଇଥିବା ପୁରସ୍କାର ରାଶିକୁ ମଧ୍ୟ ଫେରାଇ ଦେଇଥିଲେ ଟେଷ୍ଟ କ୍ରିକେଟରେ ପାକିସ୍ତାନ ପାଇଁ ସର୍ବାଧିକ ରନ୍‌ କରିଥିବା ଏହି ବ୍ୟାଟ୍ସମ୍ୟାନ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri