ନିଜ ଖୁସି ନିଜ ହାତରେ

ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରକୁ ଯେ କେବଳ କିଛି ନୂଆ ଜିନିଷ କିଣି ଆଣିଲେ କିମ୍ବା କିଛି ନୂଆ ଉପାୟ ଅବଲମ୍ବନ କଲେ ନୂଆବର୍ଷର ଖୁସି ବଢିଯିବ, ତାହା ଭାବିବା ଠିକ୍‌ ନୁହେଁ। ଏଥିପାଇଁ ନିଜକୁ ବି କିଛି ହାଲ୍‌କା ପରିଶ୍ରମ କରିବାକୁ ପଡିବ। ଅର୍ଥାତ୍‌ ନୂଆବର୍ଷକୁ ସ୍ବାଗତ କରିବା ପାଇଁ ଘରଦ୍ୱାରକୁ ପରିଷ୍କାର, ପରିଚ୍ଛନ୍ନ ରଖିବାକୁ ହେବ। ଭାଙ୍ଗି ଯାଇଥିବା ଆସବାବପତ୍ରକୁ ସଜାଡିବାକୁ ହେବ। ରଙ୍ଗ ଛାଡ଼ି ଯାଇଥିବା କିମ୍ବା ଦାଗ ଲାଗିଯାଇଥିବା କାନ୍ଥକୁ ରଙ୍ଗ କରିବାକୁ ପଡିବ। ଘରର ପ୍ରତିଟି କୋଣ ତଥା ଲାଇଟ୍‌, ଫ୍ୟାନ୍‌ ଆଦିକୁ ପୋଛି ଅଳନ୍ଧୁ ସଫା କରିବାକୁ ହେବ ଇତ୍ୟାଦି ଇତ୍ୟାଦି। କିନ୍ତୁ ଏସବୁ କାମ କେବଳ ନୂଆବର୍ଷ ଉପଲକ୍ଷେ କାହିଁକି, ବର୍ଷସାରା ଯଦି କରିବା ତା’ହେଲେ ନିଜେ ଖୁସିରେ ରହିବା ସହ ଅନ୍ୟମାନଙ୍କୁ ବି ଖୁସିରେ ରଖିପାରିବା। କାରଣ ଘରଦ୍ୱାରକୁ ପରିଷ୍କାର, ପରିଚ୍ଛନ୍ନ ରଖିଲେ ପ୍ରଥମତଃ ଘର ଜୀବାଣୁ ମୁକ୍ତ ରହିବ। ଦ୍ୱିତୀୟରେ ମା’ ଲକ୍ଷ୍ମୀଙ୍କର କରୁଣା ଲାଭ ହେବ। କାରଣ ବିଶ୍ୱାସ ରହିଛି ଯେ, ପରିଷ୍କାର, ପରିଚ୍ଛନ୍ନ ଘରେ ମାତା ଲକ୍ଷ୍ମୀ ବାସ କରିଥାନ୍ତି। ତୃତୀୟରେ ନିଜ ମନକୁ ବି ଶାନ୍ତି ମିଳିବ। କାରଣ ଅପରିଷ୍କାର ଘରେ ରହିଲେ ମନ ଅବସାଦଗ୍ରସ୍ତ ହୋଇଥାଏ ବୋଲି ମନସ୍ତତ୍ୱବିଦ୍‌ମାନେ ମତ ଦେଇଥାନ୍ତି। ତେଣୁ ନୂଆବର୍ଷରେ ନିଜ ଘରକୁ କେମିତି ସୁନ୍ଦର ଭାବେ ସଜାଇବେ ସେ ବିଷୟରେ ଏବେଠୁ ଚିନ୍ତା କରିବା ଆରମ୍ଭ କରିଦିଅନ୍ତୁ ନା!


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri