Posted inଜାତୀୟ

‘ମ୍ୟାଡାମ, ଆପଣଙ୍କ ସ୍ବାମୀଙ୍କୁ ମାରିଦିଆଯିବ’

କୋଲକତା,୨୭।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟ ଶାସନ ସଚିବ ଆଲାପାନ ବନ୍ଦୋପାଧ୍ୟାୟଙ୍କ ସ୍ତ୍ରୀ ସୋନାଲି ଚକ୍ରବର୍ତ୍ତୀଙ୍କୁ ଧମକପୂର୍ଣ୍ଣ ଚିଠି ଆସିଛି। ଚିଠିରେ ସୋନାଲିଙ୍କୁ ଧମକ ଦିଆଯାଇ କୁହାଯାଇଛି ମ୍ୟାଡାମ, ତୁମ ସ୍ବାମୀଙ୍କୁ ହତ୍ୟା କରାଯିବ, କେହି ତାଙ୍କ ଜୀବନ ରକ୍ଷା କରିପାରିବ ନାହିଁ। ଏହି ଚିଠି ଆସିବା ପରେ ପଶ୍ଚିମବଙ୍ଗର ପୋଲିସ ବିଭାଗରେ ଆଲୋଡ଼ନ ସୃଷ୍ଟି ହୋଇଛି। ସୋନାଲି ଚକ୍ରବର୍ତ୍ତୀଙ୍କ ପକ୍ଷରୁ ଏହି ମାମଲାରେ କୋଲକାତା ପୋଲିସ ନିକଟରେ ଅଭିଯୋଗ ହୋଇଛି। ଚିଠିର ପ୍ରେରକଙ୍କୁ ଖୋଜୁଥିବା ପୋଲିସ କହିଛି। ବିଶେଷ କଥା ହେଉଛି ଆଲାପାନ ଏବେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମୁଖ୍ୟ ପରାମର୍ଶଦାତା। ଏଥି ସହିତ ତାଙ୍କ ସୋନାଲି କୋଲକାତା ବିଶ୍ୱବିଦ୍ୟାଳୟର କୁଳପତି ଅଛନ୍ତି।
ଆଲାପାନ ବନ୍ଦୋପାଧ୍ୟାୟ ଜଣେ ୧୯୮୭ ବ୍ୟାଚ ଆଇଏଏସ୍‌ ଅଧିକାରୀ। ମୁଖ୍ୟ ଶାସନ ସଚିବ ଥିବା ସମୟରେ ରୁଲ୍‌ ବୁକ୍‌ ଯୋଗୁ ଅନେକ ସମୟରେ ଆଲାପନ ଚର୍ଚ୍ଚାକୁ ଆସିଥିଲେ। କରୋନା ମହାମାରୀ ସମୟରେ କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ଆଲାପନଙ୍କୁ ନେଇ ବେଶ୍‌ ଆଲୋଚନା ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଶ୍ଚିମବଙ୍ଗ ଗସ୍ତ ସମୟରେ ବୈଠକରେ ବିଳମ୍ବ ପହଞ୍ଚିଥିବାରୁ ଆଲାପନଙ୍କୁ ନୋଟିସ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri