Posted inଜାତୀୟ

ସମୟ ସହିତ ନିଜର ପରିବର୍ତ୍ତନ ଜରୁରୀ…

ଅହମଦାବାଦ, ୨୧।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର  ନୂଆଦିଲ୍ଲୀର ବିଜ୍ଞାନ ଭବନରେ ସିଭିଲ୍‌ ସର୍ଭିସ୍‌ ଡେ ଅବସରରେ ସାଧାରଣ ପ୍ରଶାସନ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବା ଅଧିକାରୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଦ୍ରୁତ ପରିବର୍ତ୍ତନଶୀଳ ଦୁନିଆରେ ସମୟ ସହ ନିଜର କାର୍ଯ୍ୟ ଧାରାରେ ପରିବର୍ତ୍ତନ ଆଣି ଗତି କରିବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି ଏବଂ ତିନୋଟି ଲକ୍ଷ୍ୟ ତାଲିକାଭୁକ୍ତ କରିଛନ୍ତି। ଆମେ ଏକ ଗଣତାନ୍ତ୍ରିକ ବ୍ୟବସ୍ଥାରେ ଅଛୁ ଏବଂ ଆମର ସାମ୍ନାରେ ତିନୋଟି ଲକ୍ଷ୍ୟ ଅଛି।

ପ୍ରଥମେ, ଦେଶରେ ସାଧାରଣ ଲୋକଙ୍କ ଜୀବନରେ ଏକ ପରିବର୍ତ୍ତନ ହେବା ଉଚିତ୍‌, ତାଙ୍କ ଜୀବନ ସହଜ ହେବା ଆବଶ୍ୟକ ଏବଂ ସେମାନେ ମଧ୍ୟ ଏହାକୁ ଅନୁଭବ କରିବା ଉଚିତ। ଦ୍ୱିତୀୟତଃ ଆଜି ଆମେ ଯାହା ବି କରିବା ତାହା ସାମ୍ପ୍ରତିକ ବିଶ୍ୱ ପ୍ରସଙ୍ଗରେ ସାମ୍ୟତା ରଖୁଥିବା ଜରୁରୀ। ତୃତୀୟରେ ଆମର ପ୍ରାଥମିକ ଦାୟିତ୍ୱ ହେଉଛି ଦେଶର ଏକତା ଏବଂ ଅଖଣ୍ଡତା ବଜାୟ ରଖିବା।

ସମ୍ଭବ ହେଲେ ଅଧିକାରୀମାନେ କାର୍ଯ୍ୟ କରୁଥିବା ନିଜ ନିଜ ଜିଲାର ପୂର୍ବତନ ଜିଲାପାଳଙ୍କୁ ଭେଟିବାକୁ ପ୍ରଧାନମନ୍ତ୍ରୀ ଅନୁରୋଧ କରଛନ୍ତି। ସେହିଭଳି, ପୂର୍ବତନ ମୁଖ୍ୟ ସଚିବ, ରାଜ୍ୟର କ୍ୟାବିନେଟ ସଚିବ ପ୍ରମୁଖଙ୍କୁ ସ୍ବାଧୀନତାର ଅମୃତ ମହୋତ୍ସବ ଅବସରରେ ସମ୍ମାନୀତ କରାଯିବା ଉଚିତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଦେଶର ୭୫ ବର୍ଷର ସ୍ବାଧୀନତାରେ ଭାରତକୁ ଆଗେଇ ନେବାରେ ତଥା ଦେଶର ପ୍ରଗତିରେ ସେମାନଙ୍କର ଅନ୍ୟାନ୍ୟ ଅବଦାନ ରହିଛି।

ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଗତ ୨୦-୨୨ ବର୍ଷ ଧରି ମୁଁ ଆପଣଙ୍କ ଭଳି ଅଧିକାରୀଙ୍କ ସହିତ ଏଭଳି କଥାବର୍ତ୍ତା କରି ଆସୁଛି। ପୂର୍ବରୁ ମୁଖ୍ୟମନ୍ତ୍ରୀ ଭାବେ କରୁଥିବାବେଳେ ଏବେ ପ୍ରଧାନମନ୍ତ୍ରୀ ଭାବେ କରୁଛି। କେତେକ କଥା ଆପଣଙ୍କଠାରୁ ଶିଖୁଛି ଏବଂ ନିଜର ବାର୍ତ୍ତା ଆପଣଙ୍କ ପାଖରେ ପହଞ୍ଚାଇ ପାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri