ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ ହାତକୁ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି।
ଏନେଇ ବନିତା ପାଟପୁର ଥାନାରେ ଏତଲା ଦେବା ପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଏକ ମାମଲା(ନଂ.୨୮୦/୨୬) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ। ତଦନ୍ତକାରୀ ଅଧିକାରୀ ଏଏସଆଇ ରମାକାନ୍ତ ଶବର ଅଭିଯୁକ୍ତ ଦିଅର ପଦ୍ମଲୋଚନଙ୍କୁ ଗିରଫ କରି ଭାରତୀୟ ନାଗରିକ ସୁରକ୍ଷା ସଂହିତାର ଧାରା-୩୫(୩) ନୋଟିସ ଦେଇ କୋର୍ଟରେ ହାଜର ହେବାକୁ ସର୍ତ୍ତ ମୂଳକ ଜାମିନରେ ଛାଡିଥିବା ଜଣାପଡିଛି।
ଚାଷ ଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଉଭୟ ଙ୍କ ମଧ୍ୟରେ କଥା କଟାକଟି ଓ ଧସ୍ତା ଧସ୍ତିି ହୋଇଥିଲା। ପରେ ଦିଅର ଉତ୍ତେଜିତ ହୋଇ ଭାଉଜ ବନିତାଙ୍କୁ ଆକ୍ରମଣ କରିବାରୁ ତାଙ୍କ ହାତ ଭାଙ୍ଗି ଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି । ଏନେଇ ଦୁଇ ପରିବାର ମଧ୍ୟରେ ଉତ୍ତେଜନା ଲାଗି ରହିଛି।

