ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି ୪୮ ଘଣ୍ଟା ନ ପୂରୁଣୁ ରବିବାର ଗିରଫ କରିଛନ୍ତି। ଅଭିଯୁକ୍ତ ଜଣକ ନିଜ ଗ୍ରାମରେ ଲୁଚିକି ଥିବା ବେଳେ ଯାନ୍ତ୍ରିକ ପଦ୍ଧତି ସହାୟତା ନେଇ ଗିରଫ କରାଯାଇଛି। ଏଥିସହ ଗୋଟିଏ ମୋବାଇଲ ଅଭିଯୁକ୍ତଙ୍କଠାରୁ ଜବତ ହୋଇଛି। ଗିରଫ ଅଭିଯୁକ୍ତ କଳିଙ୍ଗା ପଞ୍ଚାୟତ ଇଚ୍ଛାପୁର ଗ୍ରାମର ସୁବାସ ଦାସଙ୍କ ପୁଅ ସୁଶାନ୍ତ (୨୮)।

ସୂଚନାନୁସାରେ, ସୁଶାନ୍ତ ନିଜ ଫେସ୍‌ବୁକ୍‌ ଆଇଡି ‘ଦାସ କୁମାର ଦାସ ସୁଶାନ୍ତ’ରେ ମୁଖ୍ୟମନ୍ତ୍ରୀ ମାଝୀଙ୍କ ପ୍ରତି ସାଙ୍ଘାତିକ ଅଶାଳୀନ ମନ୍ତବ୍ୟ ଲେଖି ଭିଡିଓ ପୋଷ୍ଟ କରିଥିଲେ। ଏପରିକି ଉକ୍ତ ପୋଷ୍ଟକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିବା ବେଳେ କାର୍ଯ୍ୟାନୁଷ୍ଠାନ ଦାବି ହୋଇଥିଲା। ଅପର ପକ୍ଷେ ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ଚକ୍ରାନ୍ତ କରି ବଦନାମ ଉଦ୍ୟମ କରାଯାଉଥିବା ନେଇ ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା କର୍ମୀ ଏବଂ ନେତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅଶାଳୀନ ମନ୍ତବ୍ୟକୁ ନେଇ କଳିଙ୍ଗା ଗ୍ରାମର କହ୍ନେଇ ଚରଣ ଦାସ ନନ୍ଦୀପଦା ଥାନାରେ ଗତ ଜୁଲାଇ ୩୧ ଶୁକ୍ରବାର ଲିଖିତ ଅଭିଯୋଗ କରି କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ପୋଲିସ କେସ୍‌ ନଂ ୩୧୪/୨୦୨୬ରେ ବିଭିନ୍ନ ଦଫାରେ ମାମଲା ରୁଜୁ କରିଥିଲା। ଏଥିସହ ଅଭିଯୋଗକାରୀ କହ୍ନେଇ ଫେସ୍‌ବୁକ୍‌ରେ ପୋଷ୍ଟ ହୋଇଥିବା ଭିଡିଓର ରେକର୍ଡ ଥାନାଧିକାରୀଙ୍କୁ ପ୍ରଦାନ କରିଥିଲେ। ଥାନାଧିକାରୀ ଧର୍ମେନ୍ଦ୍ର ଶାନ୍ତି କହିଛନ୍ତି ଯେ, ଅଭିଯୁକ୍ତ ସୁଶାନ୍ତଙ୍କୁ ରବିବାର ସକାଳୁ ଗିରଫ କରାଯାଇଛି। ଘଟଣା ବାବଦରେ ଆହୁରି ଅନେକ ଦିଗ ପ୍ରତି ତର୍ଜମା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri