ବିବାହିତା ମହିଳାଙ୍କୁ ବ୍ଲାକ୍‌ମେଲିଂ କରି କରୁଥିଲେ ବଳାତ୍କାର; ଯୁବକଙ୍କୁ ବାନ୍ଧିଲା ପାଟଣା ପୋଲିସ

ପାଟଣା,୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଉଦୟପୁର ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର କରିବା ଅଭିଯୋଗ ରେ ପାଟଣା ପୋଲିସ ବୁଧବାର ୩୫ ବର୍ଷୀୟ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକଜଣଙ୍କ ହେଉଛନ୍ତି ଭଦ୍ରକ ଜିଲା ବନ୍ତ ଥାନା ସର ମରା ଗ୍ରାମର ବିଶ୍ୱନାଥ ଜେନା।

ଅଭିଯୋଗ ଅନୁଯାୟୀ, ଉକ୍ତ ମହିଳା ଭଦ୍ରକ ଜିଲାର ଏକ ହସ୍ପିଟାଲରେ ଅସ୍ତ୍ରୋପଚାର ସକାଶେ ଭର୍ତ୍ତି ହୋଇଥିଲେ। ବିଶ୍ୱନାଥ ମହିଳାଙ୍କୁ ହସ୍ପିଟାଲରେ ସମସ୍ତ ପ୍ରକାର ସାହାଯ୍ୟ କରିବା ଆଳରେ ନିକଟତର ହୋଇଥିଲେ। ମହିଳା ଅସ୍ତ୍ରୋପଚାର ସମୟରେ ଅଚେତ ଥିବା ବେଳେ ବେଳେ ଉକ୍ତ ଯୁବକ ତାଙ୍କର କେତେକ ଆପତ୍ତିଜନକ(ଉଲଗ୍ନ ଫଟୋ ଓ ଭିଡ଼ିଓ ଉତ୍ତୋଳନ କରିଥିଲେ। ଏହାପରେ ମହିଳାଙ୍କୁ ବ୍ଲାକ୍‌ ମେଲିଂ କରି ୨/୩ ଥର ତାଙ୍କ ଶାରୀରିକ ସମ୍ପର୍କ ରଖିଥିଲେ। ଏହା ପରେ ଉଭୟଙ୍କ ଅନ୍ତରଙ୍ଗ ସମୟର ଆପତ୍ତିଜନକ ଭିଡ଼ିଓ ଓ ଫଟୋ ଚତୁରତା ସହ ଯୁବକ ଉତ୍ତୋଳନ କରିଥିଲେ। ମହିଳା ସୁସ୍ଥ ହୋଇ ଘରକୁ ଆସିବା ପରେ ମଧ୍ୟ ମହିଳାଙ୍କୁ ଉକ୍ତ ଯୁବକ ଶାରୀରିକ ସମ୍ପର୍କ ରଖିବା ପାଇଁ ବ୍ଲାକ ମେଲିଂ କରିଥିଲେ। ମହିଳା ଜଣକ ଏହା ପରେ ଆତ୍ମ ହତ୍ୟା କରିବା ଭଳି ଚରମ ପଦକ୍ଷପ ଗ୍ରହଣ କରିବାବେଳେ ପରିବାର ଲୋକେ ଉଦ୍ଧାର କରିଥିଲେ। ମହିଳା ଜଣକ ସମସ୍ତ ଘଟଣା ପରିବାର ଲୋକଙ୍କୁ ଜଣାଇଥିଲେ। ଏହାପରେ ମହିଳା ଥାନାର ଦ୍ୱାରସ୍ଥ ହୋଇଥିଲେ। ବୁଧବାର ପାଟଣା ପୋଲିସ ଅଭିଯୋଗ ଆଧାରରେ ବିଶ୍ୱନାଥଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ପାଟଣା ଥାନା ରେ ୧୫୨/୨୩ରେ ଏକ ମାମଲା ରୁଜୁ ହେବା ସହ ମୁଦାଲାଙ୍କ ବିରୋଧରେ ଆଇପିସି ୩୭୬ ୨ ଏନ୍‌, ୩୮୮, ୨୯୪, ୫୦୬ ଏବଂ ଆଇଟି ଆକ୍ଟ ୬୬ ଇ ଓ ୬୭ ଏ ଧାରାରେ ବିଶ୍ୱନାଥଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ଦୀପ୍ତି ରଞ୍ଜନ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri