ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି। ଏହା ସହିତ ଏକ ଦେଶୀ ପିସ୍ତଲ ଏବଂ ଏକନଳୀ (ସିଙ୍ଗେଲ ବ୍ୟାରେଲ) ବନ୍ଧୁକର ବିଭିନ୍ନ ଯନ୍ତ୍ରାଂଶ ଜବତ କରାଯାଇଛି। ଗୁରୁବାର ଜିଲା ପୋଲିସ ମୁଖ୍ୟାଳୟରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଧୀରଜ ଚୋପଦାର ଏହି ସୂଚନା ଦେଇଛନ୍ତି।

ପୋଲିସର ସୂଚନା ଅନୁଯାୟୀ, ବୁଧବାର ସନ୍ଧ୍ୟା ପ୍ରାୟ ୬ଟା ସମୟରେ ସୁନାମୁଣ୍ଡା ଗ୍ରାମର ସ୍ୱର୍ଗତ ସନାତନ ବେହେରାଙ୍କ ପୁଅ ରୋହିତ ବେହେରା ସେହି ଗ୍ରାମର ରଘୁନାଥ ନାୟକଙ୍କ ଘରକୁ ଯାଇଥିଲେ। ସେଠାରେ ରଘୁନାଥ ଏବଂ ତାଙ୍କ ସମ୍ପର୍କୀୟାଙ୍କୁ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହ ହାତରେ ଥିବା ଏକ ଦେଶୀ ପିସ୍ତଲ ଦେଖାଇ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ଗ୍ରାମବାସୀମାନେ ଏକତ୍ରିତ ହୋଇ ସାହସିକତାର ସହ ରୋହିତକୁ କାବୁ କରିବା ସହ ତା’ ହାତରୁ ପିସ୍ତଲ ଛଡ଼ାଇ ପୋଲିସକୁ ଖବର ଦେଇଥିଲେ।

ପୋଲିସ ଅଭିଯୁକ୍ତ ରୋହିତକୁ ଗିରଫ କରି ପଚରାଉଚରା କରିବା ପରେ ସେ ଏହି ପିସ୍ତଲଟି ନିଜ ଗ୍ରାମର ଜୁନୁ କାରିଗରଠାରୁ କିଣିଥିବା ପ୍ରକାଶ କରିଥିଲା। ଏହାକୁ ଆଧାର କରି ପୋଲିସ ବନ୍ଧୁକ ବିକ୍ରେତା ଜୁନୁ କାରିଗରର ଘରେ ଚଢ଼ଉ କରି ଏକ ଦେଶୀ ସିଙ୍ଗେଲ ବ୍ୟାରେଲ ବନ୍ଧୁକର ନଳୀ ଓ ଅନ୍ୟାନ୍ୟ ଯନ୍ତ୍ରାଂଶ ଜବତ କରିଥିଲା। ତେବେ ଘଟଣାସ୍ଥଳରେ ଜୁନୁ ନ ଥିବାରୁ ପୋଲିସ ତାକୁ ଗିରଫ କରିପାରି ନାହିଁ।

ଉଭୟ ରୋହିତ ଏବଂ ଜୁନୁଙ୍କ ବିରୁଦ୍ଧରେ ଆର୍ମସ୍ ଆକ୍ଟ ସମେତ ବିଭିନ୍ନ ଦଫାରେ ମାମଲା ରୁଜୁ କରାଯାଇଛି। ଗିରଫ ରୋହିତକୁ ଗୁରୁବାର କୋର୍ଟ ଚାଲାଣ କରାଯାଇଥିବା ବେଳେ ଫେରାର୍ ଥିବା ବନ୍ଧୁକ ବିକ୍ରେତା ଜୁନୁକୁ ଖୁବ୍ ଶୀଘ୍ର ଗିରଫ କରାଯିବ ବୋଲି ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଚୋପଦାର ସୂଚନା ଦେଇଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ଦେବଗଡ଼ ଥାନା ଅଧିକାରୀ ଶବ୍ୟସାଚୀ ଶତପଥୀ ଏବଂ ତଦନ୍ତକାରୀ ସବ୍-ଇନ୍ସପେକ୍ଟର ବିନୟ କୁମାର ପରିଡ଼ା ମଧ୍ୟ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri