ନାବାଳିକା ଅପହରଣ ମାମଲାରେ ଯୁବକ ଗିରଫ

ଆନନ୍ଦପୁର,୮।୧୨(ସ୍ବ.ପ୍ର.): ଆନନ୍ଦପୁର ପୋଲିସ ଏକ ନାବାଳିକା ଅପହରଣ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅପହରଣର ମାସେ ପରେ ଅଭିଯୁକ୍ତଙ୍କୁୁ ଗିରଫ କରିବାରେ ଆନନ୍ଦପୁର ପୋଲିସ ସଫଳ ହୋଇଛି। ଅଭିଯୁକ୍ତ ଆନନ୍ଦପୁର ପୌରପରିଷଦ ଫକୀରପୁର ୧୦ନଂ ଓାର୍ଡ଼ର ପଦ୍ମନାଭ ଜେନାଙ୍କ ପୁଅ ଜିତୁ ଓରଫ ବିଦ୍ୟାଧର ଜେନା(୩୦)। ନାବାଳିକା ଅପହରଣ ଘଟଣାକୁ ନେଇ ପରିବାର ପକ୍ଷରୁ ଅଭିଯୋଗ ହେବା ପରେ ଆନନ୍ଦପୁର ଥାନାରେ ଭାରତୀୟ ଦଣ୍ଡବିଧି ଆଇନ ଅନୁଯାୟୀ ଧାରା ୩୬୩, ୩୪୨, ୫୦୬ ଏବଂ ୬ ପୋସ୍କୋ ଆକ୍ଟରେ ମାମଲା ରୁଜୁ କରାଯାଇଥିଲା। ଅଭିଯୁକ୍ତ ଗତ ୧୧ ତାରିଖରେ ନାବାଳିକାକୁ ଅପହରଣ କରିନେଇ ଫେରାର ହୋଇଯାଇଥିଲେ। ତେବେ ଖବରପାଇ ଆନନ୍ଦପୁର ପୋଲିସ ସାଧା ପୋଷାକରେ ରାମଚନ୍ଦ୍ରପୁର ଥାନା ଅଧିନ ନିଜ ସମ୍ପର୍କୀୟଙ୍କ ଘରେ ଥିବା ସୂଚନା ପାଇ ଅଭିଯୁକ୍ତକୁ ଗିରଫ କରିଥିଲା। ଅଭିଯୁକ୍ତର ଡାକ୍ତରୀମାଇନା ପରେ ତାକୁ ସ୍ବତନ୍ତ୍ର ଅଦାଲତ ତଥା ଅତିରିକ୍ତ ଜିଲା ଦୌରାଜଜ୍‌ କେନ୍ଦୁଝର ନିକଟରେ ହାଜର କରାଯାଇଥିଲା। ଜାମିନ୍‌ ନାମଞ୍ଜୁର ହେବାରୁ ଅଭିଯୁକ୍ତକୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିବା ଥାନା ଅଧିକାରୀ ସୁଶାନ୍ତ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି: ପିକ୍‌ଅପ୍‌ ଜବତ, ପୋଲିସ ୨ ଜଣଙ୍କୁ ଗିରଫ କରି…

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ପଞ୍ଚାୟତ କାରିପାଙ୍ଗା ଗ୍ରାମର ଅରୁଣ ପ୍ରଧାନଙ୍କ ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି ଘଟଣାରେ ପୋଲିସକୁ ମିଳିଛି ବଡ଼…

ପୁରୀରୁ କୋରାପୁଟକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌, ନୋଟସ ଜାରି କରି ପୂର୍ବତଟ ରେଳ ବିଭାଗ କହିଲା ଆସନ୍ତା…

କୋରାପୁଟ,୪ା୭(ଅମିତାଭ ବେହେରା): ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟାଇ ଆସନ୍ତା ୬ ଜୁଲାଇରେ ପୁରୀ-କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସର ଉଦ୍‌ଘାଟନୀ ଯାତ୍ରା ଆରମ୍ଭ ହେବ। ଏହି ଅବସରରେ ୦୮୪୦୯ ପୁରୀ-କୋରାପୁଟ…

କାନଝରୀ ଡ୍ୟାମରୁ ଛଡାଗଲା ପ୍ରଥମ ବନ୍ୟାଜଳ

କେନ୍ଦୁଝର,୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ କାନଝରୀ ଡ୍ୟାମ୍‌ର ଜଳସ୍ତର ବୃଦ୍ଧି ପାଇବାରୁ ଶୁକ୍ରବାର ସନ୍ଧ୍ୟା ସାଢେ ୬ଟାରେ ଗୋଟିଏ ଗେଟ୍‌ ଖୋଲାଯାଇ ଚଳିତ…

IND vs ENG T20 : ଟସ୍‌ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍‌, ବୈଭବ କରିବେ ଓପନିଂ

ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍…

ଡାକ୍ତର ଆନ୍ଦୋଳନ: ଚିକିତ୍ସା ଅଭାବରୁ ପ୍ରସୂତିଙ୍କ ମୃତ୍ୟୁ

ଖଡ଼ିଆଳ,୪ା୭ (ସୁଜିତ କୁମାର ପ୍ରଧାନ)- ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ଠିକ୍‌ ସମୟରେ ଚିକିତ୍ସା ନ ପାଇ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ…

କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟିକଲେ ବିଚାରପତି

ଝରିଗାଁ,୪ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ କୋର୍ଟ ପରିସରରେ ଶନିବାର ୭୭ତମ ବନ ମହୋତ୍ସବ ସପ୍ତାହ ଅବସରରେ ଝରିଗାଁ କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି…

ବାହାଘର ଶୋଭାଯାତ୍ରାରେ ପୋଲିସ କନେଷ୍ଟବଳଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏକ ବିବାହ ଶୋଭାଯାତ୍ରା ରେ ଶୁକ୍ରବାର ମଧ୍ୟାହ୍ନରେ ଜଣେ କନଷ୍ଟେବଳ…

ବିଧାୟକଙ୍କ ନାଁରେ ଠକେଇ, ଥାନାରେ ଅଭିଯୋଗ…

ବାସୁଦେବପୁର,୪ା୭(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବିଧାୟକ ତଥା ବିରୋଧି ଦଳର ଉପନେତା ଅଶୋକ କୁମାର ଦାସଙ୍କ ଫୋନ ନମ୍ବରକୁ ସାଇବର ଠକ ହ୍ୟାକ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri