ନାବାଳିକା ଗର୍ଭଧାରଣ ଘଟଣାରେ ପୋଲିସର ବଡ଼ ଆକ୍ସନ! ଯୁବକ ଗିରଫ

ବଞ୍ଚୋ,୧୧।୬(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲାର ସୋସୋ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକା ଗର୍ଭବତୀ ହେବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି । ଏନେଇ ସୋସୋ ଥାନାରେ କେସ୍ ନଂ-୧୨୦, ତାରିଖ ୦୯.୦୬.୨୦୨୬ରେ ଭାରତୀୟ ନ୍ୟାୟ ସଂହିତା (BNS)ର ଧାରା ୬୪(୨)(m) ଏବଂ ପୋକ୍ସୋ ଆଇନର ଧାରା ୬ ଅନୁଯାୟୀ ମାମଲା ରୁଜୁ ହୋଇଛି।
ଗିରଫ ଅଭିଯୁକ୍ତ ହେଲେ ମଧୁବନ ଗ୍ରାମର ମନୋଜ ମହାକୁଡ଼ (୨୦), ପିତା- ଗୌରାଙ୍ଗ ମହାକୁଡ଼। ସୂଚନା ଅନୁସାରେ, କଟକର ମଙ୍ଗଳାବାଗ ଥାନାରୁ ଏକ ଜିରୋ ଏଫଆଇଆର୍ ସୋସୋ ଥାନାକୁ ପ୍ରେରଣ କରାଯାଇଥିଲା। ଏଥିରେ ଉଲ୍ଲେଖ ଥିଲା ଯେ, ସୋସୋ ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ତାଙ୍କ ଅଭିଯୁକ୍ତ ସ୍ୱାମୀ କଟକ ସ୍ଥିତ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରସୂତି ଓ ସ୍ତ୍ରୀରୋଗ ବିଭାଗରେ ମୋଲାର ପ୍ରେଗନାନ୍ସି ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ।
ଏହି ରିପୋର୍ଟ ଆଧାରରେ ସୋସୋ ଥାନାରେ ନିୟମିତ ମାମଲା ରୁଜୁ ହୋଇଥିଲା। ତଦନ୍ତକାରୀ ଅଧିକାରୀ ଘଟଣାସ୍ଥଳ ପରିଦର୍ଶନ କରିବା ସହ ପୀଡ଼ିତା, ତାଙ୍କ ମାତାପିତା ଓ ସମ୍ପୃକ୍ତ ଡାକ୍ତରଙ୍କ ବୟାନ ରେକର୍ଡ କରିଥିଲେ।
ତଦନ୍ତ ପରେ ପୋଲିସ ଅଭିଯୁକ୍ତ ମନୋଜ ମହାକୁଡ଼ଙ୍କୁ ଗିରଫ କରିଥିବା ବେଳେ ତାଙ୍କୁ ଅଦାଲତ ଚାଲାଣ କରାଯାଇଛି । ଏହି ସୂଚନା ଆନନ୍ଦପୁର ଏସଡିପିଓ କମଳ ଲୋଚନ ପଣ୍ଡା ପ୍ରଦାନ କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…

ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri