ପୂର୍ବଶତ୍ରୁତାରୁ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ: ଧରାପଡ଼ି ଜେଲ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରବିବାର କୁମାର ପୂର୍ଣ୍ଣମୀ ସାରେ କାଳୁ ଗୌଡ଼(୪୧) ନାମକ ଜଣେ ଯୁବକଙ୍କୁ ୧୦ରୁ ଉଦ୍ଧର୍‌ବ ବ୍ୟକ୍ତି ସଂଘବଦ୍ଧ ଭାବେ ଆକ୍ରମଣ କରି ଗାଁ ଛକରେ ହତ୍ୟା ଉଦ୍ୟମ କରିଥିଲେ।

ଏହି ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ତଥା କେ.ନୂଆଗାଁ ଆଇଆଇସି ବିଶ୍ୱଜିତ ନାୟକ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତମାନେ ହେଲେ ସହଦେବ ଟିକରପଡ଼ା ଗ୍ରାମର ବିଶନାଥ ଗୌଡ଼(୩୨), ପଞ୍ଚା ଓରଫ ପଞ୍ଚାନନ ଗୌଡ଼(୬୫), ଟୁକୁନା ଗୌଡ଼(୩୬) ଏବଂ ସୀମାଞ୍ଚଳ ଗୌଡ଼(୪୨)। ଏନେଇ ଥାନାରେ ଏକ ମାମଲା (ନଂ.୨୫୫/୨୬) ରୁଜୁ ହୋଇଛି।

ଅନ୍ୟପକ୍ଷେ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହେବାରୁ ସମସ୍ତ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କାଳୁଙ୍କୁ ହତ୍ୟା କରିବା ପାଇଁ ଅଭିଯୁକ୍ତମାନେ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରିଥିଲେ।

ସୂଚନା ଯୋଗ୍ୟ, ସାରେ କାଳୁ ତାଙ୍କ ଭଣଜା ରାମକୃଷ୍ଣ ଗୌଡ଼ଙ୍କ ବାଇକରେ ବସି ଗାଁ ଛକରେ ଥିବା ଜମିକୁ ପାଳ ଗୋଛା ଆଣିବାକୁ ଯାଇଥିଲେ। ରାମକୃଷ୍ଣ ତାଙ୍କୁ ସେଠାରେ ବାଇକରୁ ଓହ୍ଲାଇ ସଉଦା ଆଣିବାକୁ ଭୀଷ୍ମଗିରି ଗ୍ରାମକୁ ଯାଇଥିଲେ।

ସେତିକିବେଳେ ପୂର୍ବ ଯୋଜନା ମୁତାବକ, ସେଠାରେ ଛକି ରହିଥିବା ଗାଁର ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର ୧୦ରୁ ଊଦ୍ଧର୍‌ବ ବ୍ୟକ୍ତି ତାଙ୍କୁ ଚାରିପଟୁ ଘେରି ଯାଇ ଖଣ୍ଡା, କାତି ଓ ଠେଙ୍ଗାରେ ଆକ୍ରମଣ କରିଥିଲେ। ଭଣଜା ରାମକୃଷ୍ଣ ବାଇକରେ ଗାଁକୁ ଫେରୁଥିବା ବେଳେ ଘଟଣା ଦେଖି ମାମଁୁଙ୍କୁ ଉଦ୍ଧାର ପାଇଁ ଯିବାରୁ ତାଙ୍କୁ ମଧ୍ୟ ସେମାନେ ମାରିବା ପାଇଁ ଗୋଡାଇଥିଲେ। ଫଳରେ ସେ ପ୍ରାଣ ବିକଳରେ ଦୌଡ଼ି ତାଙ୍କ ବଡ଼ ମାମୁଁ ବିଜୟଙ୍କୁ ଫୋନରେ ଘଟଣା ସମ୍ପର୍କରେ କହିଥିଲେ। ବିଜୟ ପହଞ୍ଚିବାରୁ ତାଙ୍କୁ ମଧ୍ୟ ଜୀବନରେ ମାରିଦେବାକୁ ଧମକ ଦେଇ ଅଭିଯୁକ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଏତଲାରେ ଉଲ୍ଲେଖ ରହିଛି।

ତଦନ୍ତକାରୀ ଅଧିକାରୀ ଆଇଆଇସି ବ୍ରହ୍ମପୁର ବଡ ଡାକ୍ତରଖାନାରେ କାଳୁଙ୍କ ଜମାନବନ୍ଦୀ ରେକର୍ଡ କରିବା ପାଇଁ ବ୍ରହ୍ମପୁର ଉପଜିଲାପାଳଙ୍କୁ ଚିଠି କରିବା ସହ ଘଟଣାସ୍ଥଳକୁ ସାଇଣ୍ଟିଫିକ୍‌ ଟିମ୍‌ ପଠାଇବା ପାଇଁ ବ୍ରହ୍ମପୁର ଏସ୍‌ପିଙ୍କୁ ଅନୁରୋଧ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘It’s Done, Broooo!’ ଖାର୍ଗେଙ୍କ ବୟାନ ପରେ ଭାଜପାର କଟାକ୍ଷ, ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ନୂଆଦିଲ୍ଲୀ,୨୬।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପିତାଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ବିବାଦୀୟ ମନ୍ତବ୍ୟ ପରେ ରାଜନୈତିକ ମାହୋଲ ସରଗରମ ହୋଇଛି । ଏହି ପ୍ରସଙ୍ଗକୁ…

ବାତ୍ୟା ମୁକାବିଲା ପ୍ରସ୍ତୁତି: ଜିରୋ କାଜୁଆଲିଟି ଲକ୍ଷ୍ୟ

ଭଞ୍ଜନଗର,୨୬।୧୦(ବାବୁଲା ପ୍ରଧାନ):ସମ୍ଭାବ୍ୟ ବାତ୍ୟାର ମୁକାବିଲା ନିମନ୍ତେ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଜନସାଧାରଣଙ୍କ ଧନଜୀବନର ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଭଞ୍ଜନଗର ଉପଜିଲ୍ଲାପାଳ…

ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଲା ଖୁସି ଖବର: ଏହି ୨ ଖେଳାଳି…

ନୂଆଦିଲ୍ଲୀ,୨୬।୧୦: ଭାରତୀୟ କ୍ରିକେଟ ଦଳର ପ୍ରଶଂସକଙ୍କ ପାଇଁ ଆସିଛି ଖୁସି ଖବର। ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରା ଏବଂ ଉଇକେଟକିପର-ବ୍ୟାଟର ଋଷଭ ପନ୍ତ ଏବେ ବେଙ୍ଗାଲୁରୁସ୍ଥିତ ସେଣ୍ଟର…

‘ଡୋର୍‌-ଟୁ-ଡୋର୍‌ ସର୍ଭେ’ ଆରମ୍ଭ, ଯୋଗଦେଲେ ଉପଜିଲାପାଳ

ଛତ୍ରପୁର,୨୬।୧୦(ଦିଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଛତ୍ରପୁର ପୌରାଞ୍ଚଳରେ ସୋମବାରଠାରୁ ‘ଡୋର୍‌-ଟୁ-ଡୋର୍‌ ସର୍ଭେ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଗେଦଲ ନାଇଡୁପାଲମ ଗ୍ରାମରୁ ଏହି…

ବାତ୍ୟା ଅର୍ଣ୍ଣବ: ଏହି ଜିଲାରେ ୨ ଦିନ ସ୍କୁଲ୍‌ ଛୁଟି ଘୋଷଣା

ଭୁବନେଶ୍ବର,୨୬।୧୦: ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ପାଖେଇ ଆସୁଥିବା ବେଳେ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି । ନବରଙ୍ଗପୁର ଜିଲାରେ ଆସନ୍ତା ୨…

ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି: ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର,୨୬।୧୦(ଦିଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଏବଂ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ଗୁଡ଼ାରି ବ୍ଲକ ପ୍ରଶାସନ ସଜାଗ, ୯ ପଞ୍ଚାୟତରେ ନିଯୁକ୍ତ ହେଲେ ନୋଡାଲ ଅଧିକାରୀ

ଗୁଡାରି,୨୬।୧୦(ପ୍ରମୋଦ କୁମାର ପତି ): ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବକୁ ଦୃଷ୍ଟିରେ ରଖି ଗୁଡାରି ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି । ଗତ ୨୫ ତାରିଖରୁ…

କୋଟିଆ ସମସ୍ୟାର ସମାଧାନ ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ, ସାମିଲ ହେଲେ ବିଧାୟକ

କୋରାପୁଟ, ୨୬।୧୦ (ଅମିତାଭ ବେହେରା): କୋଟିଆ ସମସ୍ୟାର ସମାଧାନ ଦିଗରେ କୋରାପୁଟ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ଜିଲାପାଳଙ୍କ ଅଧ୍ୟକ୍ଷତାରେ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?