ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ପୌର ପରିଷଦ ଅଧିନ ୱାର୍ଡ଼ ନଂ-୪ ପଠାନପଡାର ଏମଡି ସନୁ(୨୯), ଅଫରାଜ ଖାଁ(୨୨), ସିନ୍ଧବାଜ ଖାଁ(୨୯) ଏବଂ ରାଜୁ ଶେଖ୍ ଓରଫ୍ ଏମଡି ଇସ୍ରାଇଲ୍(୨୪) । ବୁଧବାର ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି । ଜାମିନ ନାମଞ୍ଜୁର ହେବାରୁ ଗିରଫ ଅଭିଯୁକ୍ତଙ୍କୁ ସ୍ଥାନୀୟ ଜିଲା କାରାଗାର ହାଜତକୁ ପଠାଇ ଦିଆଯାଇଛି । ଅଭିଯୁକ୍ତଙ୍କ ପାଖରୁ ଆକ୍ରମଣରେ ବ୍ୟବହୃତ କଟରା ଜବତ ହୋଇଛି। ଏ ନେଇ ବରଗଡ଼ ଟାଉନ୍ ଥାନାରେ ଏକ ମାମଲା (ନଂ-୧୭୫/୨୬) ରୁଜୁ ହୋଇଛି ।
ସୂଚନା ଅନୁଯାୟୀ ମଙ୍ଗଳବାର ସନ୍ଧ୍ୟାରେ ବରଗଡ଼ ପୌର ପରିଷଦ ଅଧିନ ୱାର୍ଡ଼ ନଂ-୩ କଟକିଆ ପଡାର ଅମିତ ମଲ୍ଲିକ(୩୦) ନିଜ ବୁଲେଟରେ ଘରକୁ ଫେରୁଥିଲେ । ଫେରିବା ବାଟରେ ହାଟପଦାର ରାସ୍ତା ଉପରେ ରହିଥିବା ଏକ ଅଟୋକୁ ସାଇଡ୍ କରିବା ପାଇଁ ଡ୍ରାଇଭରଙ୍କୁ ସେ କହିଥିଲେ। ଏହାକୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ତେବେ ଅଟୋ ଡ୍ରାଇଭର ଫୋନ କରିବାରୁ ଗିରଫ ଅଭିଯୁକ୍ତମାନେ ଘଟଣାସ୍ଥଳକୁ ପହଞ୍ଚି ଅମିତଙ୍କୁ କଟରାରେ ମରଣାନ୍ତକ ଆକ୍ରମଣ କରିଥିଲେ।

ଆକ୍ରମଣରେ ସେ ଗୁରୁତର ଆହତ ହୋଇଥିଲେ ଏବଂ ବର୍ତ୍ତମାନ ଭୀମସାର୍, ବୁର୍ଲା ଡାକ୍ତରଖାନାରେ ଚିକିତ୍ସାଧିନ ଅଛନ୍ତି। ଅମିତଙ୍କ ମା ସୁଶିଲା ଘଟଣା ସମ୍ପର୍କରେ ବରଗଡ ଟାଉନ ଥାନାରେ ଏତଲା ଦେଇଥିଲେ। ତାଙ୍କ ଏତଲାକୁ ଭିତ୍ତି କରି ପୋଲିସ୍ ଉପରୋକ୍ତ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା ଏବଂ ଘଟଣାର ୨୪ ଘଣ୍ଟା ମଧ୍ୟରେ ୪ଅଭିଯୁକ୍ତଙ୍କୁ ଗିରଫ କରିଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri