ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟି ହତ୍ୟା

ଭଦ୍ରକ, ୨୫ା୧(ସନାତନ ରାଉତ): ଭଦ୍ରକ ଜିଲା ଧାମନଗର ଥାନା ଅଧୀନ ଚିଙ୍ଗିଡ଼ିପୁରସ୍ଥିତ ନିଶା ନିବାରଣ କେନ୍ଦ୍ରରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ଯୁବକ ହେଲେ ଯାଜପୁର ଜିଲା ସଦର ଥାନା ଅନ୍ତର୍ଗତ ମହେଶ୍ୱରପୁର ପଞ୍ଚାୟତ ବ୍ରାହ୍ମଣବଚ୍ଛ ଗ୍ରାମର କେଦାର ପରିଡ଼ା। ଅତ୍ୟଧିକ ମାଡ଼ କାରଣରୁ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ଅଭିଯୋଗରେ ଦର୍ଶାଯାଇଛି।

କେଦାରଙ୍କୁ ନିଶା ନିବାରଣ ପାଇଁ ପରିବାର ଲୋକେ ଜାନୁଆରୀ ୪ ତାରିଖରେ ଉକ୍ତ କେନ୍ଦ୍ରରେ ଛାଡ଼ିଥିଲେ। ମଙ୍ଗଳବାର ସନ୍ଧ୍ୟାରେ କେଦାରଙ୍କ ଦେହ ଅସୁସ୍ଥ ଅଛି ବୋଲି କେନ୍ଦ୍ର ପକ୍ଷରୁ ଫୋନ୍‌ ଯୋଗେ ପରିବାର ଲୋକଙ୍କୁ ଜଣାଯାଇଥିଲ। କିଛି ସମୟ ପରେ ଭଦ୍ରକ ମେଡିକାଲରେ ତାଙ୍କର ମୃତ୍ୟୁ ହୋଇଥିବା କୁହାଯାଇଥିଲା। କେଦାରଙ୍କୁ ଶାରୀରିକ ନିର୍ଯାତନା ଦିଆଯିବା ସହ ପ୍ରବଳ ମାଡ଼ ମରାଯିବାରୁ ତାଙ୍କର ମୃତ୍ୟୁ ହୋଇଥିବା ବଡଭାଇ ସୁଦର୍ଶନ ଧାମନଗର ଥାନାରେ ଏତଲା ଦେଇଛନ୍ତି। ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତଦେହ ବ୍ୟବଚ୍ଛେଦ ପରେ ଧାମନଗର ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଧାମନଗର ଏସ୍‌ଡିପିଓ ରମେଶ ସିଂ କହିଛନ୍ତି, ମାମଲା(ନଂ.୪୫/୨୪) ରୁଜୁ ହୋଇଛି। ନିଶା ନିବାରଣ କେନ୍ଦ୍ରର ଇନ୍‌ଚାର୍ଜଙ୍କୁ ଅଟକ ରଖାଯାଇ ତଦନ୍ତ ଚାଲିଛି। ଏହାସହ ନିଶା ନିବାରଣ କେନ୍ଦ୍ରରେ ଥିବା ଅନ୍ୟ ଅନ୍ତେବାସୀଙ୍କୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri