ଗୋମାଂସ ବିକ୍ରି ପାଇଁ ପ୍ରସ୍ତୁତିବେଳେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୬ ଅଟକ

ଦେବଗଡ,୫।୯(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ଥାନା ତଥା ତିଲେଇବଣି ବ୍ଲକ ଅନ୍ତର୍ଗତ କେନ୍ଦେଇଜୁରୀ ଗ୍ରାମରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ପୋଲିସ ଉକ୍ତ ଗ୍ରାମର ୬ ଜଣ ଯୁବକଙ୍କୁ ଥାନାକୁ ନେଇ ଅଟକ ରଖିବା ସହ ପଚରାଉଚରା ଚଳାଇଛି । ସାଇଣ୍ଟିଫିକ୍‌ ଟିମ ଘଟଣାସ୍ଥଳରେ ପହଂଚି ଏସଡିଡିଓ ରମେଶ ଚନ୍ଦ୍ର ମାହାନା ଓ ରିଆମାଳ ଥାନା ଅଧିକାରୀ ସତ୍ୟବ୍ରତ ରାଉତଙ୍କ ଉପସ୍ଥିତିରେ ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଆବଶ୍ୟକ ନମୁନା ସଂଗ୍ରହ କରିଛି।

ସେହିପରି ଅପରାହ୍ନରେ ମୃତ ଯୁବକ କିଶୋର ମେହେର(୩୫)ଙ୍କ ମୃତଦେହ ବ୍ୟବଚ୍ଛେଦ କରିଥିବା ଜଣାପଡିଛି । ହତ୍ୟାକାଣ୍ଡକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ସହ କେନ୍ଦେଇଜୁରୀ ଓ ମୃତ କିଶୋରଙ୍କ ଗ୍ରାମ ତେରେଣ୍ଡାକଟା ଗ୍ରାମରୁ ଆସିଥିବା ମହିଳା(ସମ୍ପର୍କୀୟଙ୍କ ସମେତ) ମାନଙ୍କ ମଧ୍ୟରେ ପ୍ରବଳ ପାଟିତୁଣ୍ଡ ହୋଇଥିଲା। ତେବେ ପୋଲିସର ହସ୍ତକ୍ଷେପ ଫଳରେ ଉଭୟ ଗୋଷ୍ଠିର ମହିଳା ମାନେ ଶାନ୍ତ ହୋଇଥିଲେ।

ସୂଚନାଯୋଗ୍ୟ ଯେ, ବୁଧବାର ପୂର୍ବାହ୍ନରେ ତେରେଣ୍ଡାକଟା ଗ୍ରାମ(କାଉଶିଢିପା ସାହି)ର କିଶୋର ମେହେର(୩୫) ଓ ତାଙ୍କ ସାଥୀ କେନ୍ଦେଇଜୁରୀ ଗ୍ରାମର ଗୌତମ ନାଏକ କେନ୍ଦେଇଜୁରୀ ନାଳ କଡରେ ଗୋମାଂସ କାଟୁଥିଲେ। କେତେକ ଗ୍ରାମବାସୀ ସେଠାରେ ଚଢଉ କରିଥିଲେ। ଯାଞ୍ଚ ସମୟରେ ସେମାନଙ୍କ ନିକଟରୁ ବିପୁଳ ପରିମାଣର ଗୋମାଂସ ଏବଂ କଟା ଗୋରୁ ମୁଣ୍ଡ ବାହାରିଥିଲା। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଉତେଜନା ଦେଖାଦେବାସହ ସେମାନେ କିଶୋର ଏବଂ ଗୌତମଙ୍କୁ କିଛି ଦୂରକୁ ଘୋଷାଡି ଆଣି ସଙ୍ଘବଦ୍ଧ ଆକ୍ରମଣ କରିଥିଲେ। ଫଳରେ କିଶୋରଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା ଓ ଗୌତମ ଆହତ ହୋଇଥିଲେ। ରିଆମାଳ ଥାନା ପୋଲିସ ଦୀର୍ଘ ସମୟ ପରେ ସୂଚନା ପାଇ ସନ୍ଧ୍ୟା ପ୍ରାୟ ୬ ଟା ସମୟରେ ଘଟଣାସ୍ଥଳରେ ପହଞ୍ଚି କିଶୋରଙ୍କ ମୃତଦେହ ଜବତ କରିଥିଲା। ସେହିପରି କିଶୋରଙ୍କ ସ୍ତ୍ରୀଙ୍କ ଲିଖୀତଅଭିଯୋଗ ଆଧାରରେ ଏକ ମାମଲା ଋଜୁକରି ଘଟଣାର ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri