ଗୁଳିମାଡ଼ରୁ ବର୍ତ୍ତିଲେ ବିଜେଡି ନେତା

ଢେଙ୍କାନାଳ ଅଫିସ, ୨୯।୧୨: ଢେଙ୍କାନାଳ ସହର ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ସନ୍ଧ୍ୟା ପ୍ରାୟ ୬ଟାରେ ଯୁବ ବିଜେଡି ନେତା ତଥା କାମାକ୍ଷାନଗର ଅଞ୍ଚଳର କାହ୍ନୁଚରଣ ସାହୁ (୪୦)ଙ୍କ ଉପରକୁ ଗୁଳିମାଡ଼ ହୋଇଛି। ଏଥିରୁ ସେ ଅଳ୍ପକେ ବର୍ତ୍ତିଯାଇଥିବାବେଳେ ଦୁର୍ବୃତ୍ତମାନେ ତାଙ୍କ ନାଲି ରଙ୍ଗର କାର୍‌ (ନଂ. ଓଡ଼ି ୦୨ ବିବି ୨୯୧୫) ନେଇ ଫେରାର ହୋଇଯାଇଛନ୍ତି। ଜନଗହଳିପୂର୍ଣ୍ଣ ସ୍ଥାନରେ ଅଭିଯୁକ୍ତଙ୍କ ଏଭଳି ଆତଙ୍କରାଜ ଆଲୋଡ଼ନ ସୃଷ୍ଟି କରିଛି।

କାହ୍ନୁ କୌଣସି କାର୍ଯ୍ୟରେ ଢେଙ୍କାନାଳ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟକୁ ଆସିଥିଲେ। କାମ ସାରି ବାହାରିବା ବେଳେ ୫ଜଣ ମୁଖାଧାରୀ ଦୁର୍ବୃତ୍ତ ତାଙ୍କୁ ଅପହରଣ କରିନେବାକୁ ଉଦ୍ୟମ କରିଥିଲେ। ତେବେ ଧସ୍ତାଧସ୍ତି ମଧ୍ୟରେ କାହ୍ନୁ ଅଭିଯୁକ୍ତଙ୍କ କବଳରୁ ଖସିଯାଇ ପୁନର୍ବାର କାର୍ଯ୍ୟାଳୟ ଭିତରକୁ ପଶିଯାଇଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଗୋଟିଏ ରାଉଣ୍ଡ ଗୁଳିମାଡ଼ କରିଥିଲେ। ତେବେ ଏଥିରୁ ସେ ବର୍ତ୍ତିଯାଇଥିଲେ। ଘଟଣା ସମ୍ପର୍କରେ ସେ ଫୋନ୍‌ ଯୋଗେ ସୂଚନା ଦେବା ପରେ ଟାଉନ ଥାନା ପୋଲିସ ପହଞ୍ଚତ୍ ତାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରି ଥାନାକୁ ନେଇଥିଲା। ସେତେବେଳକୁ ମୁଖାଧାରୀମାନେ କାହ୍ନୁଙ୍କ କାର୍‌ ଧରି ଚମ୍ପଟ ମାରିସାରିଥିଲେ। ଏସ୍‌ପି ଲୋଗାନ୍‌ୟାଗୀ ଦିବ୍ୟା ଭି. ଟାଉନ ଥାନାକୁ ଆସି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଘଟଣାସ୍ଥଳରୁ ଖୋକା ଜବତ କରାଯାଇଛି। ଅଭିଯୁକ୍ତଙ୍କୁ ଧରିବାକୁ ପୋଲିସ କାହ୍ନୁଙ୍କ ସହ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା। ତେବେ କେହି ଗିରଫ ହୋଇନାହାନ୍ତି। ରାତି ପ୍ରାୟ ୧୦ଟାରେ କାହ୍ନୁଙ୍କ ଅଭିଯୋଗକ୍ରମେ ଟାଉନ ଥାନାରେ ନଂ. ୭୧୦/୨୨ରେ ମାମଲା ରୁଜୁ ହୋଇଛି।

୨ ମାସ ମଧ୍ୟରେ କାହ୍ନୁଙ୍କ ଉପରେ ଏହା ହେଉଛି ଦ୍ୱିତୀୟ ଥର ଆକ୍ରମଣ। ଏଥିପୂର୍ବରୁ ଗତ ଅକ୍ଟୋବର ୧୮ରେ ତାଙ୍କ ଘର ଉପରକୁ ବୋମାମାଡ଼ ହୋଇଥିଲା। ଏହି ଘଟଣାରେ ଅଦ୍ୟାବଧି କାହାରିକୁ ଗିରଫ କରାଯାଇନାହିଁ। ଏ ସଂକ୍ରାନ୍ତରେ କାହ୍ନୁ ନିଜ ପ୍ରତିକ୍ରିୟାରେ କୁହନ୍ତି, ତାଙ୍କର କାହା ସହିତ ରାଜନୈତିକ କି ବ୍ୟବସାୟିକ ଶତ୍ରୁତା ନାହିଁ। ତଥାପି ଦୁଇଥର ଆକ୍ରମଣ ହେଲାଣି। ଏହାର ତଦନ୍ତ କରି ସତ୍ୟାସତ୍ୟ ଉନ୍ମୋଚନ କରିବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri