ଗୁଳିମାଡ଼ରୁ ବର୍ତ୍ତିଲେ ବିଜେଡି ନେତା

ଢେଙ୍କାନାଳ ଅଫିସ, ୨୯।୧୨: ଢେଙ୍କାନାଳ ସହର ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ସନ୍ଧ୍ୟା ପ୍ରାୟ ୬ଟାରେ ଯୁବ ବିଜେଡି ନେତା ତଥା କାମାକ୍ଷାନଗର ଅଞ୍ଚଳର କାହ୍ନୁଚରଣ ସାହୁ (୪୦)ଙ୍କ ଉପରକୁ ଗୁଳିମାଡ଼ ହୋଇଛି। ଏଥିରୁ ସେ ଅଳ୍ପକେ ବର୍ତ୍ତିଯାଇଥିବାବେଳେ ଦୁର୍ବୃତ୍ତମାନେ ତାଙ୍କ ନାଲି ରଙ୍ଗର କାର୍‌ (ନଂ. ଓଡ଼ି ୦୨ ବିବି ୨୯୧୫) ନେଇ ଫେରାର ହୋଇଯାଇଛନ୍ତି। ଜନଗହଳିପୂର୍ଣ୍ଣ ସ୍ଥାନରେ ଅଭିଯୁକ୍ତଙ୍କ ଏଭଳି ଆତଙ୍କରାଜ ଆଲୋଡ଼ନ ସୃଷ୍ଟି କରିଛି।

କାହ୍ନୁ କୌଣସି କାର୍ଯ୍ୟରେ ଢେଙ୍କାନାଳ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟକୁ ଆସିଥିଲେ। କାମ ସାରି ବାହାରିବା ବେଳେ ୫ଜଣ ମୁଖାଧାରୀ ଦୁର୍ବୃତ୍ତ ତାଙ୍କୁ ଅପହରଣ କରିନେବାକୁ ଉଦ୍ୟମ କରିଥିଲେ। ତେବେ ଧସ୍ତାଧସ୍ତି ମଧ୍ୟରେ କାହ୍ନୁ ଅଭିଯୁକ୍ତଙ୍କ କବଳରୁ ଖସିଯାଇ ପୁନର୍ବାର କାର୍ଯ୍ୟାଳୟ ଭିତରକୁ ପଶିଯାଇଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଗୋଟିଏ ରାଉଣ୍ଡ ଗୁଳିମାଡ଼ କରିଥିଲେ। ତେବେ ଏଥିରୁ ସେ ବର୍ତ୍ତିଯାଇଥିଲେ। ଘଟଣା ସମ୍ପର୍କରେ ସେ ଫୋନ୍‌ ଯୋଗେ ସୂଚନା ଦେବା ପରେ ଟାଉନ ଥାନା ପୋଲିସ ପହଞ୍ଚତ୍ ତାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରି ଥାନାକୁ ନେଇଥିଲା। ସେତେବେଳକୁ ମୁଖାଧାରୀମାନେ କାହ୍ନୁଙ୍କ କାର୍‌ ଧରି ଚମ୍ପଟ ମାରିସାରିଥିଲେ। ଏସ୍‌ପି ଲୋଗାନ୍‌ୟାଗୀ ଦିବ୍ୟା ଭି. ଟାଉନ ଥାନାକୁ ଆସି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଘଟଣାସ୍ଥଳରୁ ଖୋକା ଜବତ କରାଯାଇଛି। ଅଭିଯୁକ୍ତଙ୍କୁ ଧରିବାକୁ ପୋଲିସ କାହ୍ନୁଙ୍କ ସହ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା। ତେବେ କେହି ଗିରଫ ହୋଇନାହାନ୍ତି। ରାତି ପ୍ରାୟ ୧୦ଟାରେ କାହ୍ନୁଙ୍କ ଅଭିଯୋଗକ୍ରମେ ଟାଉନ ଥାନାରେ ନଂ. ୭୧୦/୨୨ରେ ମାମଲା ରୁଜୁ ହୋଇଛି।

୨ ମାସ ମଧ୍ୟରେ କାହ୍ନୁଙ୍କ ଉପରେ ଏହା ହେଉଛି ଦ୍ୱିତୀୟ ଥର ଆକ୍ରମଣ। ଏଥିପୂର୍ବରୁ ଗତ ଅକ୍ଟୋବର ୧୮ରେ ତାଙ୍କ ଘର ଉପରକୁ ବୋମାମାଡ଼ ହୋଇଥିଲା। ଏହି ଘଟଣାରେ ଅଦ୍ୟାବଧି କାହାରିକୁ ଗିରଫ କରାଯାଇନାହିଁ। ଏ ସଂକ୍ରାନ୍ତରେ କାହ୍ନୁ ନିଜ ପ୍ରତିକ୍ରିୟାରେ କୁହନ୍ତି, ତାଙ୍କର କାହା ସହିତ ରାଜନୈତିକ କି ବ୍ୟବସାୟିକ ଶତ୍ରୁତା ନାହିଁ। ତଥାପି ଦୁଇଥର ଆକ୍ରମଣ ହେଲାଣି। ଏହାର ତଦନ୍ତ କରି ସତ୍ୟାସତ୍ୟ ଉନ୍ମୋଚନ କରିବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri